Odisha Link
Bridging the Missing Links in Odisha

ଦିନକରେ ସର୍ବାଧିକ ୧୩ ଜଣଙ୍କର ମୃତ୍ୟୁ

ଭୁବନେଶ୍ବର: ରାଜ୍ୟରେ ହୁ ହୁ ହୋଇ ବଢ଼ି ଚାଲିଛି କରୋନା ସଂକ୍ରମଣ। ଦିନକୁ ଦିନ ଅଣାୟତ୍ତ ହେଉଛି କରୋନା ମୃତ୍ୟୁ ସଂଖ୍ୟା। ଆଜି ରାଜ୍ୟରେ ଆଉ ୧୩ ଜଣ କରୋନା ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଛି। ଫଳରେ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୨୭୨ରେ ପହଁଞ୍ଚିଛି। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ରହିଛି।

ଆଜି ଗଞ୍ଜାମରୁ ସର୍ବାଧିକ ୬ ଜଣଙ୍କର ମୃତ୍ୟୁ ହୋଇଛି। ସେହିପରି ବାଲେଶ୍ୱର,ବରଗଡ, ନୟାଗଡ଼, କୋରାପୁଟରୁ ଜଣେ ଲେଖାଏଁ କରୋନା ରୋଗୀଙ୍କ ମୃତ୍ୟୁ ଘଟିଛି। ସେହିପରି ଭୁବନେଶ୍ୱର ଓ ଖୋର୍ଦ୍ଧାରୁ ଜଣେ ଲେଖାଏଁ କରୋନା ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଛି।

Comments are closed.