Odisha Link
Bridging the Missing Links in Odisha

କରୋନା: ୨୯ ଜିଲ୍ଲାରୁ ୧୩୪୧ ପଜିଟିଭ ଚିହ୍ନଟ, ଗଞ୍ଜାମରୁ ସର୍ବାଧିକ

ଭୁବନେଶ୍ବର: ରାଜ୍ୟରେ ହୁ ହୁ ହୋଇ ବଢ଼ୁଛି କରୋନା ସଂକ୍ରମଣ। ଦିନକୁ ଦିନ ଅଣାୟତ୍ତ ହେଉଛି କରୋନା ସଂକ୍ରମଣ। ଆଜି ରାଜ୍ୟର ୨୯ଟି ଜିଲ୍ଲାରୁ ୧୩୪୧ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଫଳରେ ରାଜ୍ୟରେ ମୋଟ କରେନା ଆକ୍ରାନ୍ତଙ୍କ ସଂଖ୍ୟା ୪୮ ହଜାର ଟପିଛି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

ଆଜି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ ୮୧୮ ଜଣ କ୍ବାରାଣ୍ଟିନ୍‌ ସେଣ୍ଟରରୁ ଚିହ୍ନଟ ହୋଇଥିବା ବେଳେ ୫୨୩ ଜଣ ସ୍ଥାନୀୟ ବାସିନ୍ଦା କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଦିନକୁ ଦିନ ରାଜ୍ୟରେ ସ୍ଥାନୀୟ ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। ଯାହା ଚିନ୍ତାର କାରଣ ପାଲଟିଛି। ଆଜି ଗଞ୍ଜାମରୁ ସର୍ବାଧିକ ୨୨୭ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଥିବା ବେଳେ ଖୋର୍ଦ୍ଧାରୁ ୨୧୮ ଜଣ ଚିହ୍ନଟ ହୋଇଛନ୍ତି।

Comments are closed.