କରୋନା: ୨୪ ଘଣ୍ଟାରେ ୫୩ ହଜାରରୁ ଉର୍ଦ୍ଧ୍ବ ଆକ୍ରାନ୍ତ ଚିହ୍ନଟ, ୮୭୧ ମୃତ
ନୂଆଦିଲ୍ଲୀ: ଦେଶରେ କରୋନା ସଂକ୍ରମଣ ଦିନକୁ ଦିନ ବ୍ୟାପକ ହେବାରେ ଲାଗିଛି। ଅଗଷ୍ଟ ମାସରେ ମଧ୍ୟ ଉପରମୁହାଁ କରୋନା ଗ୍ରାଫ୍। ଅଣାୟତ୍ତ ହେଉଛି କରୋନା ସଂକ୍ରମଣ। ଏହାରି ମଧ୍ୟରେ ଭାରତରେ ଆଜି ସକାଳ ୮ଟା ସୁଦ୍ଧା ୨୨ ଲକ୍ଷ ୬୮ ହଜାର ପାର କରିଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା।
କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ ଦିଆଯାଇଥିବା ସୂଚନା ଅନୁଯାୟୀ ବିଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ରେକର୍ଡ ସଂଖ୍ୟକ ନୂଆ ୫୩,୬୦୧ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏଥିସହିତ ୮୭୧ ଜଣ ଲୋକଙ୍କ ମୃତ୍ୟୁ ହୋଇଛି। ଅପରପକ୍ଷେ ୪୭,୭୪୬ ଜଣ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି।
କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ ଦିଆଯାଇଥିବା ସୂଚନା ଅନୁଯାୟୀ ଆଜି ସକାଳ ୮ଟା ସୁଦ୍ଧା ଭାରତରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୨୨,୬୮,୬୭୫ ରେ ପହଁଞ୍ଚିଛି। ସେମଧ୍ୟରୁ ୪୫,୨୫୭ ଜଣ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି। ଏଥିସହିତ ୬,୩୯,୯୨୯ ଜଣ କରୋନା ଆକ୍ରାନ୍ତ ଚିକିତ୍ସିତ ହେଉଛନ୍ତି। ଅପରପକ୍ଷେ ଏପର୍ଯ୍ୟନ୍ତ ୧୫,୮୩,୪୮୯ ଜଣ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଯାହା ଏକ ଆାଶ୍ବସ୍ତିକର ଖବର।
ସବୁଠୁ ବଡ଼କଥା ହେଲା ବର୍ତ୍ତମାନ ଦେଶରେ ଥିବା ସକ୍ରିୟ ଆକ୍ରାନ୍ତଙ୍କଠୁ ସୁସ୍ଥ ଆକ୍ରାନ୍ତଙ୍କ ସଂଖ୍ୟା ଅଧିକ। ଯାହା ଦେଶବାସୀଙ୍କ ପାଇଁ ଏକ ଆଶ୍ବସ୍ତିକର ଖବର। ଦେଶରେ ସୁସ୍ଥଙ୍କ ସଂଖ୍ୟା ବୃଦ୍ଧି ପାଉଥିବା ବେଳେ ବିଗତ କିଛି ଦିନ ହେବ ମୃତକଙ୍କ ସଂଖ୍ୟା ଓ ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି।
Comments are closed.