Odisha Link
Bridging the Missing Links in Odisha

କରୋନା: ଆଉ ୧୦ ମୃତ, ରାଜ୍ୟରେ ମୋଟ ୨୯୬

ଭୁବନେଶ୍ବର: ରାଜ୍ୟରେ କରୋନା ସଂକ୍ରମଣ ଥମୁନଥିବା ବେଳେ ଦୈନିକ ମୃତକ ସଂଖ୍ୟା ମଧ୍ୟ ବଢ଼ିବାରେ ଲାଗିଛି। ଆଜି ପୁଣି ରାଜ୍ୟରେ ୧୦ ଜଣଙ୍କର କରୋନା ଜନିତ ମୃତ୍ୟୁ ହୋଇଛି। ଫଳରେ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୨୯୬ରେ ପହଁଞ୍ଚିଛି। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

ଆଜି ଗଞ୍ଜାମ ଓ ଖୋର୍ଦ୍ଧାରୁ ୩ ଜଣ ଲେଖାଏଁ ବ୍ୟକ୍ତଙ୍କର ମୃତ୍ୟୁ ହୋଇଥିବା ବେଳେ ସୁନ୍ଦରଗଡ଼, ପୁରୀ, ରାୟଗଡ଼ା ଓ ବାଲେଶ୍ବରୁ ଜଣେ ଲେଖାଏଁ ମୃତ୍ୟୁବରଣ କରିଛନ୍ତି। ଗଞ୍ଜାମରେ କରୋନା ମୃତ୍ୟୁ ସଂଖ୍ୟା ୧୪୦କୁ ବୃଦ୍ଧି ପାଇଛି।

ରାଜ୍ୟରେ ହୁ ହୁ ହୋଇ ବଢ଼ୁଛି କରୋନା ସଂକ୍ରମଣ। ଦିନକୁ ଦିନ ଅଣାୟତ୍ତ ହେଉଛି କରୋନା ସଂକ୍ରମଣ। ଆଜି ରାଜ୍ୟର ୨୯ଟି ଜିଲ୍ଲାରୁ ୧୩୪୧ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଫଳରେ ରାଜ୍ୟରେ ମୋଟ କରେନା ଆକ୍ରାନ୍ତଙ୍କ ସଂଖ୍ୟା ୪୮ ହଜାର ଟପିଛି।

Comments are closed.