ଗାଡ଼ି ଧକ୍କାରେ ଚାଲିଗଲା ବାଇକ ଆରୋହୀଙ୍କ ଜୀବନ

ସୋର: ୧୬ନଂ ଜାତୀୟ ରାଜପଥ ଚଡକମରା ଠାରେ ଆଜି ଏକ ସଡ଼କ ଦୁର୍ଘଟଣା ଘଟିଛି। ଏକ ଅଜଣା ଗାଡି ଧକ୍କାରେ ବାଇକ ଆରୋହୀଙ୍କ ମୃତ୍ୟୁ ହୋଇଛି। ମୃତକ ହେଲେ ସିମୁଳିଆ ଥାନା ବରି ଅଞ୍ଚଳର ଅମୂଲ୍ୟ ଶିଅଳ।ଏହାସହ ଅନ୍ୟ ଜଣେ ଗୁରୁତର ଆହତ ହୋଇଛନ୍ତି। ମାତ୍ର ତାଙ୍କର ପରିଚୟ ମିଳିପାରି ନାହିଁ। ତାଙ୍କୁ ଗୁରୁତର ଅବସ୍ଥାରେ ବାଲେଶ୍ବର ଡାକ୍ତର ଖାନାକୁ ସ୍ଥାନାନ୍ତର କରାଯାଇଛି । ପୁଲିସ ଘଟଣାର ତଦନ୍ତ ଆରମ୍ଭ କରିଛି।
Comments are closed.