ଆଜି ଆଉ ୯ ମୃତ, ମୋଟ ୩୬୨

ଭୁବନେଶ୍ବର: ରାଜ୍ୟରେ ଦିନକୁ ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ଅପରପକ୍ଷେ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ବଢ଼ିବାରେ ଲାଗିଛି। ଆଜି ରାଜ୍ୟରେ ଆଉ ୯ ଜଣଙ୍କର କରୋନା ଜନିତ ମୃତ୍ୟୁ ହୋଇଛି। ଯାହାଫଳରେ ରାଜ୍ୟରେ ମୋଟ କରୋନା ମୃତକଙ୍କ ସଂଖ୍ୟା ୩୬୨ରେ ପହଁଞ୍ଚିଛି। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ରହିଛି।
ଆଜି ଗଞ୍ଜାମରୁ ସର୍ବାଧିକ ୩ ଜଣଙ୍କ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି । ସେହିପରି ରାୟଗଡାରୁ ୨, ବାଲେଶ୍ୱର, ଖୋର୍ଦ୍ଧା, ମାଲକାନଗିରି ଓ ସମ୍ବଲପୁରରୁ ଜଣେ ଲେଖାଏଁ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି ।
Comments are closed.