Odisha Link
Bridging the Missing Links in Odisha

ଗଣେଶ ପୂଜାରେ ଛାତ୍ରଛାତ୍ରୀଙ୍କୁ ବିଦ୍ୟାଳୟ ଆସିବା ମନା : ଗଣଶିକ୍ଷା ମନ୍ତ୍ରୀ

ଭୁବନେଶ୍ବର : କରୋନା ଯୋଗୁଁ ଚଳିତବର୍ଷ ସ୍କୁଲ ଗଣେଶ ପୂଜାରେ ଛାତ୍ରଛାତ୍ରୀ ଯୋଗ ଦେବେନାହିଁ। ସମସ୍ତ ଛାତ୍ରଛାତ୍ରୀ ନିଜ ନିଜ ଘରେ ରହି ଗଣେଶ ପୂଜା କରିବାକୁ ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ ସୂଚନା ଦେଇଛନ୍ତି। ସ୍କୁଲରେ କିଭଳି ପୂଜା ହେବ, ତାହା ଶିକ୍ଷକ ଶିକ୍ଷୟିତ୍ରୀ ବୁଝିବେ ବୋଲି ମନ୍ତ୍ରୀ କହିଛନ୍ତି ।

ସୂଚନା ଅନୁସାରେ, ଗୁରୁବାର ଦିନ ଟ୍ବିନ୍ ସିଟିରେ ଗଣେଶ ପୂଜା ଉପରେ କଟକଣା ନେଇ ହାଇକୋର୍ଟ ଗୁରୁତ୍ବପୂର୍ଣ୍ଣ ରାୟ ଶୁଣାଇଥିଲେ। ସ୍ଥାନୀୟ ପ୍ରଶାସନ ପୂଜା ଆୟୋଜନ ନିଷ୍ପତ୍ତି ନେବେ ବୋଲି ହାଇକୋର୍ଟ ନିର୍ଦ୍ଦେଶ ଦେଇଥିଲେ। ପୂଜା ଆୟୋଜନ ଅନୁମତି ପାଇଁ ବୁଢା ଗଣେଶ ପୂଜା କମିଟି ଜନସ୍ବାର୍ଥ ମାମଲା କରିଥିଲା। ପୂଜା ଆୟୋଜନ ନେଇ ସ୍ଥାନୀୟ ପ୍ରଶାସନ ସହ ଆଲୋଚନା କରିବା ପାଇଁ କହିଥିଲେ ହାଇକୋର୍ଟ।

ଏହାପରେ ଆଜି କଟକରେ ଗଣେଶ ପୂଜା ହେବ ନାହିଁ ବୋଲି ଜିଲ୍ଲାପାଳ ଭବାନୀ ଶଙ୍କର ଚୟନୀ ସୂଚନା ଦେଇଛନ୍ତି। କରୋନା କଟକଣା ଯୋଗୁଁ ଗଣେଶ ପୂଜା ବନ୍ଦ ରଖିବାକୁ ଜିଲ୍ଲା ପ୍ରଶାସନ ନିଷ୍ପତ୍ତି ନେଇଛି। ପରମ୍ପରାଠାରୁ ମଣିଷ ଜୀବନ ମୂଲ୍ୟବାନ। ଗଣେଶ ପୂଜା ସହରରେ ହେଲେ ସାମାଜିକ ଦୂରତ୍ବ ରହିବ ନାହିଁ। ଏହାକୁ ଦୃଷ୍ଟିରେ ରଖି ପୂଜା ବନ୍ଦ କରାଯିବ ବୋଲି ଜିଲ୍ଲାପାଳ ସୂଚନା ଦେଇଛନ୍ତି । ଏହସହ ରାଜ୍ୟର ବିଭିନ୍ନ ସ୍ଥାନରେ ମଧ୍ୟ ଗଣେଶ ପୂଜା ବନ୍ଦ କରାଯାଇଛି ।

Comments are closed.