ଆଉ ଏକ ଲଘୁଚାପ, ୨୬ ଯାଏଁ ବର୍ଷା

ଭୁବନେଶ୍ୱର : ଉତ୍ତର ପଶ୍ଚିମ ବଙ୍ଗୋପସାଗର ଓ ପାଶ୍ୱର୍ବର୍ତ୍ତୀ ଅଞ୍ଚଳରେ ରବିବାର ଆଉ ଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି। ଏନେଇ ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି। ଏହାର ପ୍ରଭାବରେ ଉପକୂଳ ଓଡ଼ିଶାରେ ୪୦ରୁ ୫୦ କିଲୋମିଟର ବେଗରେ ପବନ ବହିବାର ସମ୍ଭାବନା ରହିଛି।ଲଘୁଚାପ ପ୍ରଭାବରେ ଆସନ୍ତା ୨୪ରୁ ୨୬ ତାରିଖ ଯାଏଁ ଲଗାଣ ବର୍ଷା ହେବ। ୨୪ତାରିଖରୁ ସମୁଦ୍ର ଭିତରକୁ ନ ଯିବା ପାଇଁ ମତ୍ସ୍ୟଜୀବୀଙ୍କୁ ସତର୍କ କରାଯାଇଛି।
ଲଘୁଚାପ ପ୍ରଭାବରେ ଶନିବାର ମାଲକାନଗିରି, କୋରାପୁଟ, ସୁନ୍ଦରଗଡ଼, କେନ୍ଦୁଝର ଓ ମୟୂରଭଞ୍ଜ ଜିଲ୍ଲାରେ ବର୍ଷାର ସମ୍ଭାବନା ଥିବାରୁ ଏ ସବୁ ଜିଲ୍ଲାକୁ ପାଣିପାଗ ବିଭାଗ ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ୨୩ ତାରିଖରେ ବାଲେଶ୍ୱର, ଭଦ୍ରକ, ପୁରୀ, ଯାଜପୁର, କେନ୍ଦ୍ରାପଡ଼ା, ଜଗତସିଂହପୁର, କଟକ, ମୟୂରଭଞ୍ଜ, କେନ୍ଦୁଝର, କନ୍ଧମାଳ, ଢେଙ୍କାନାଳ ଓ ମାଲକାନଗିରିରେ ପ୍ରବଳ ବର୍ଷା ହେବାର ସମ୍ଭାବନରେ ରହିଛି।
୨୪ରୁ ବର୍ଷା ପରିମାଣ ଆହୁରି ବଢିବାର ସମ୍ଭାବନା ରହିଛି। ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ଜଗତସିଂହପୁର, କଟକ, ମୟୂରଭଞ୍ଜ, କେନ୍ଦୁଝର, ଢେଙ୍କାନାଳ, ଅନୁଗୁଳ, ସମ୍ବଲପୁର, ମାଲକାନଗିରି, କୋରାପୁଟ, କଳାହାଣ୍ଡି, କନ୍ଧମାଳ, ସୁନ୍ଦରଗଡ଼, ଦେବଗଡ଼ ଓ ନବରଙ୍ଗପୁରରେ ପ୍ରବଳ ବର୍ଷା ହେବାର ଅନୁମାନ କରାଯାଉଛି।
Comments are closed.