କରୋନା: ଦେଶରେ ଦିନକରେ ୬୧,୪୦୮ ଆକ୍ରାନ୍ତ, ୮୩୬ ମୃତ
ନୂଆଦିଲ୍ଲୀ: ଭାରତରେ କରୋନା ସଂକ୍ରମଣ ସଂଖ୍ୟା ଦିନକୁ ଦିନ ଦ୍ରୁତ ଗତିରେ ବଢ଼ିବାରେ ଲାଗିଛି। ଗତ ୨୪ ଘଣ୍ଟାରେ ୬୧ ହଜାର ୪୦୮କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏଥିସହ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩୧,୦୬,୩୪୮ ରେ ଏହା ସହ ୨୪ଘଣ୍ଟାରେ ୫୭,୪୬୯ଜଣ ସୁସ୍ଥ ହୋଇଛନ୍ତି। ସେହିପରି ଗତ ୨୪ ଘଣ୍ଟା ଭିତରେ କରୋନା କରୋନା ଆକ୍ରାନ୍ତରେ ୮୩୬ ଜଣ ମୁତ୍ୟୁ ଘଟିଛି। ଏନେଇ କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ଦିଆଯାଇଛି।
ବର୍ତ୍ତମାନ ଦେଶରେ ମୋଟ ୩୧,୦୬,୩୪୮ ଜଣ କରୋନା ଭାଇରସ୍ ଦ୍ୱାରା ଆକ୍ରାନ୍ତ ହୋଇଥିବା ବେଳେ ୨୩୩୮୦୩୫ ଜଣ ସୁସ୍ଥ ହୋଇଛନ୍ତି ଏବଂ ୫୭୫୪୨ ଜଣ ଆକ୍ରାନ୍ତଙ୍କର ମୃତ୍ୟୁ ଘଟିଛି। ୨୪ ଘଣ୍ଟା ମଧ୍ୟରେ ଜଣାପଡ଼ିଥିବା ୬୧,୪୦୮ ଆକ୍ରାନ୍ତଙ୍କୁ ମିଶାଇ ସମ୍ପ୍ରତି ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୭୧୦୭୭୧ରେ ପହଞ୍ଚିଛି ଏବଂ ୫୭,୪୬୯ଜଣ ସୁସ୍ଥ ହୋଇଛନ୍ତି।
Comments are closed.