କରୋନା ମୁକାବିଲା: ଓଡ଼ିଶା ଆସିବେ କେନ୍ଦ୍ରୀୟ ଟିମ୍
ଭୁବନେଶ୍ବର: ରାଜ୍ୟରେ ଦିନକୁ ଦିନ କରୋନା ଆକ୍ରାନ୍ତ ସଂଖ୍ୟା ହୁ ହୁ ବଢିବାରେ ଲାଗିଛି। କରୋନା ମୁକାବିଲା ପାଇଁ ଏକ କେନ୍ଦ୍ରୀୟ ଟିମ୍ ଓଡ଼ିଶା ଆସିବେ ବୋଲି ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ଦିଆଯାଇଛି। ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ କରୋନା ମୁକାବିଲା ପାଇଁ ଓଡ଼ିଶା ସହିତ ୪ଟି ରାଜ୍ୟକୁ କେନ୍ଦ୍ରୀୟ ଟିମ୍ ପଠାଯିବାକୁ ନିଷ୍ପତ୍ତି ନିଆଯାଇଛି। ଏହି ଟିମ୍ରେ ଜଣେ ସଂକ୍ରାମକ ରୋଗ ବିଶେଷଜ୍ଞ ଓ ଜଣେ ସ୍ବାସ୍ଥ୍ୟ ବିଶେଷଜ୍ଞ ରହିବେ ବୋଲି କୁହାଯାଇଛି।
ଓଡ଼ିଶା, ଉତ୍ତର ପ୍ରଦେଶ, ଝାଡ଼ଖଣ୍ଡ ଓ ଛତିଶଗଡ଼ ଆଦି ରାଜ୍ୟରେ ହଠାତ୍ କରୋନା ସଂକ୍ରମଣ ବୃଦ୍ଧି ପାଇଥିବାରୁ କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ ଏପରି ପଦକ୍ଷେପ ନିଆଯାଇଛି। ଏସବୁ ରାଜ୍ୟଗୁଡ଼ିକରେ କରୋନା ଆକ୍ରାନ୍ତ ସହ ମୃତ୍ୟୁହାର ବଢ଼ିଥିବାରୁ ଟିମ୍ ପଠାଇବା ପାଇଁ ନିଷ୍ପତ୍ତି ନିଆଯାଇଛି। ଓଡ଼ିଶା ଗସ୍ତରେ ଆସିବାକୁ ଥିବା ସ୍ବାସ୍ଥ୍ୟ ମନ୍ତ୍ରଣାଳୟର ଟିମ୍ କୋଭିଡ୍ ପରିଚାଳନା ସାଙ୍ଗକୁ କଣ୍ଟେନ୍ମେଣ୍ଟ, ସର୍ଭେଲାନ୍ସ, ଟେଷ୍ଟିଂ ଆଦିରେ ରାଜ୍ୟ ସରକାରଙ୍କୁ ସହାୟତା ପ୍ରଦାନ କରିବେ ବୋଲି ସୂଚନା ମିଳିଛି।
Comments are closed.