୫ ଯାଏ ବର୍ଷା, ୭ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

ଭୁବନେଶ୍ୱର: ମୌସୁମୀ ପ୍ରଭାବରେ ଅକ୍ଟୋବର ୫ ତାରିଖ ଯାଏଁ ରାଜ୍ୟର ବିଭିନ୍ନ ସ୍ଥାନରେ ସ୍ୱଳ୍ପରୁ ପ୍ରବଳ ମାତ୍ରାରେ ବର୍ଷା ହେବାର ସମ୍ଭାବନା ରହିଛି। ଏନେଇ ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରି ସୋମବାର ସୂଚନା ଦିଆଯାଇଛି। ଆସନ୍ତା ୨୪ ଘଣ୍ଟା ମଧ୍ୟରେ କେନ୍ଦୁଝର, ମୟୂରଭଞ୍ଜ, ଢେଙ୍କାନାଳ, କନ୍ଧମାଳ, ରାୟଗଡ଼ା, ମାଲକାନଗିରି ଓ କୋରାପୁଟ ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବା ନେଇ ପାଣିପାଗ ବିଭାଗ ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।
ଆସନ୍ତା ୨୪ ଘଣ୍ଟା ମଧ୍ୟରେ ମୟୂରଭଞ୍ଜ ଓ ଗଜପତି ଜିଲ୍ଲାର କିଛି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ଥିବା ବେଳେ କେନ୍ଦୁଝର, ମୟୂରଭଞ୍ଜ, ଅନୁଗୁଳ, ଢେଙ୍କାନାଳ, କନ୍ଧମାଳ, ମାଲକାନଗିରି, କୋରାପୁଟ ଓ ରାୟଗଡ଼ା ଜିଲ୍ଳାରେ ବଜ୍ରପାତ ଓ ଝଡ଼ବର୍ଷା ନେଇ ସତର୍କତା ଜାରି କରାଯାଇଛି।
Comments are closed.