Odisha Link
Bridging the Missing Links in Odisha

କରୋନା: ରାଜ୍ୟରେ ୮ ସଂକ୍ରମିତଙ୍କ ମୃତ୍ୟୁ

ଭୁବନେଶ୍ବର: ରାଜ୍ୟରେ ହୁ ହୁ ହୋଇ ବଢ଼ିଚାଲିଛି କରୋନା ସ୍ଥିତି। ୨୪ ଘଣ୍ଟା ମଧ୍ୟରେ ୮ ଜଣ କରୋନା ସଂକ୍ରମିତ ପ୍ରାଣ ହରାଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୫୨୨ କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ଦିଆଯାଇଛି ।

୮ ମୃତକଙ୍କ ମଧ୍ୟରେ ଗଞ୍ଜାମ ଜିଲ୍ଲାରୁ ୩ ଜଣ, କଟକ ଜିଲ୍ଲାରୁ ଦୁଇ ଜଣ, ବାଲେଶ୍ବର, ଖୋର୍ଦ୍ଧା, କନ୍ଧମାଳ ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି ।

Comments are closed.