କରୋନା: ରାଜ୍ୟରେ ୧୦ ସଂକ୍ରମିତଙ୍କ ମୃତ୍ୟୁ
ଭୁବନେଶ୍ବର: ରାଜ୍ୟରେ ହୁ ହୁ ହୋଇ ବଢ଼ିଚାଲିଛି କରୋନା ସଂକ୍ରମଣ। ଗତ ୨୪ ଘଣ୍ଟା ମଧ୍ୟରେ ୧୦ ଜଣ କରୋନା ସଂକ୍ରମିତ ପ୍ରାଣ ହରାଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୫୫୭ କୁ ବୃଦ୍ଧି ପାଇଛି। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ଦିଆଯାଇଛି।
୧୦ ମୃତକଙ୍କ ମଧ୍ୟରୁ ଗଞ୍ଜାମରୁ ୩ ଜଣ । ବାଲେଶ୍ୱର, ଖୋର୍ଦ୍ଧା, କଟକ, କଳାହାଣ୍ଡି, କୋରାପୁଟ , ନୟାଗଡ଼ ଓ ରାୟଗଡ଼ାରୁ ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି। ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୨୭୮୯୨ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୩୦୯୧୯ ଟି ଆକ୍ଟିଭ୍ କେସ୍ ରହିଥିବା ବେଳେ ୯୬୩୬୪ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ସେହିପରି ୫୫୬ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୫୩ ଜଣଙ୍କ ମୃତ୍ୟୁ ଅନ୍ୟ ରୋଗ ଯୋଗୁଁ ହୋଇଛି। ଏବେ ସୁଦ୍ଧା ରାଜ୍ୟରେ ୨୧୪୩୫୬୬ଟି ସାମ୍ପୁଲ ଟେଷ୍ଟ୍ ହୋଇଛି ।
Comments are closed.