ସୁପ୍ରିମକୋର୍ଟ ଯିବେ ଅଭିନେତ୍ରୀ ବର୍ଷା
କଟକ: ଦିଲ୍ଲୀ ପଟିଆଲା ହାଉସ କୋର୍ଟରେ ଅନୁଭବ କରିଥିବା ମାମଲାର ସ୍ଥାନାନ୍ତର ପାଇଁ ବର୍ଷା ସର୍ବୋଚ୍ଚ ନ୍ୟାୟାଳୟଙ୍କ ଦ୍ୱାରସ୍ଥ ହେବେ। ଏନେଇ ବର୍ଷାଙ୍କ ଓକିଲ ସୂଚନା ଦେଇଛନ୍ତିି। ପଟିଆଲା ହାଉସ କୋର୍ଟରେ ଛାଡପତ୍ର ଆବେଦନ କରିଛନ୍ତି ଅନୁଭବ। ପତ୍ନୀଙ୍କ ଆଚରଣକୁ ନେଇ ଅସନ୍ତୁଷ୍ଟ ଅନୁଭବ, ଛାଡପତ୍ର ପାଇଁ କୋର୍ଟରେ ୪୭ ପୃଷ୍ଠାର ଏକ ପିଟିସନ ଦାଖଲ କରିଛନ୍ତି।
ସୂଚନାଯୋଗ୍ୟ ଯେ, ସାଂସଦ ଅନୁଭବ ମହାନ୍ତିଙ୍କ ବିରୋଧରେ ବର୍ଷା ପ୍ରିୟଦର୍ଶିନୀ ଆଣିଥିବା ପାରିବାରିକ ହିଂସା ମାମଲାର ଶୁଣାଣି ପାଇଁ ଆସନ୍ତା ଅକ୍ଟୋବର ୧୨ ତାରିଖ ଦିନ ଧାର୍ଯ୍ୟ କରାଯାଇଛି । ପ୍ରୋଟେକ୍ସନ ଅଫିସର ରିପୋର୍ଟ ଦାଖଲ କରିନଥିବାରୁ ଶୁଣାଣିକୁ ଘୁଞ୍ଚାଯାଇଛି। ରିପୋର୍ଟ ଦାଖଲ ହୋଇନଥିବା ସମ୍ପର୍କରେ ବର୍ଷାଙ୍କ ଓକିଲ କହିଥିଲେ । ପ୍ରୋଟେକ୍ସନ ଅଫିସର ବର୍ଷାଙ୍କ ବୟାନ ରେକର୍ଡ କରିନଥିବା ଓକିଲ କହିଥିଲେ।
ପ୍ରକାଶ ଯେ, ବର୍ଷା ସିଆରଏଲଏମସି ନମ୍ବର ୯୪/୨୦୨୦ରେ ପ୍ରୋଟେକ୍ସନ ଅଫ ୱମେନ ଫ୍ରମ ଡୋମେଷ୍ଟିକ ଭାଓଲେନ୍ସ ଆକ୍ଟ ୨୦୦୫ର ଦଫା ୧୨, ୧୭, ୧୮, ୧୯, ୨୦ ଓ ୨୨ରେ ମକଦ୍ଧମା ଦାୟର କରିଥିଲେ। ଅନ୍ୟପକ୍ଷରେ ଅନୁଭବ ମହାନ୍ତି ଦିଲ୍ଲୀ ପଟିଆଲା ହାଉସ କୋର୍ଟରେ ମଧ୍ୟ ଛାଡ଼ପତ୍ର ପିଟିସନ ଦାଖଲ କରିଛନ୍ତି । ଅନୁଭବ ମହାନ୍ତି ଦାଖଲ କରିଥିବା ୪୭ ପୃଷ୍ଠାର ଛାଡ଼ପତ୍ର ପିଟିସନରେ ପତ୍ନୀ ବର୍ଷାଙ୍କ ବିରୋଧରେ ସଙ୍ଗୀନ ଅଭିଯୋଗ ଆଣିଛନ୍ତି।
Comments are closed.