Odisha Link
Bridging the Missing Links in Odisha

କରୋନା: ରାଜ୍ୟରେ ୩୭୭୭ ପଜିଟିଭି ଚିହ୍ନଟ

ଭୁବନେଶ୍ବର: ରାଜ୍ୟରେ ହୁ ହୁ ହୋଇ ବଢ଼ିଚାଲିଛି କରୋନା ସଂକ୍ରମଣ ସଂଖ୍ୟା। ଗତ ୨୪ ଘଣ୍ଟା ମଧ୍ୟରେ ୩୭୭୭ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୪୬୮୯୪ ରେ ପହଞ୍ଚିଛି। ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ପ୍ରଦାନ କରାଯାଇଛି। ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୨୧୯୧ ଜଣ କ୍ବାରେଣ୍ଟାଇନ୍‌ରେ ରହିଥିବା ବେଳେ ୧୫୮୬ ଜଣ ସ୍ଥାନୀୟ ବାସିନ୍ଦା ରହିଛନ୍ତି।

କରୋନା ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ୧୧୫ଜଣ, ବାଲେଶ୍ୱର ଜିଲ୍ଲାରୁ ୧୨୭ଜଣ, ବରଗଡ଼ ଜିଲ୍ଲାରୁ ୧୩୯ଜଣ, ଭଦ୍ରକ ଜିଲ୍ଲାରୁ ୬୭ଜଣ, ବଲାଙ୍ଗୀର ଜିଲ୍ଲାରୁ ୫୧ଜଣ, ବୌଦ୍ଧ ଜିଲ୍ଲାରୁ ୨୬ଜଣ, କଟକ ଜିଲ୍ଲାରୁ ୩୬୮ଜଣ, ଦେଓଗଡ଼ ଜିଲ୍ଲାରୁ ୧୪ଜଣ, ଢେଙ୍କାନାଳ ଜିଲ୍ଲାରୁ ୬୭ଜଣ, ଗଜପତି ଜିଲ୍ଲାରୁ ୧୩ଜଣ, ଗଞ୍ଜାମ ଜିଲ୍ଲାରୁ ୫୮ଜଣ, ଜଗତସିଂହୁର ଜିଲ୍ଲାରୁ ୧୦୦ଜଣ, ଯାଜପୁର ଜିଲ୍ଲାରୁ ୧୩୩ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୭୦ଜଣ, କଳାହାଣ୍ଡି ଜିଲ୍ଲାରୁ ୭୦ଜଣ, କନ୍ଧମାଳ ଜିଲ୍ଲାରୁ ୪୯ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୧୪୮ଜଣ, କେନ୍ଦୁଝର ଜିଲ୍ଲାରୁ ୭୮ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୮୧୫ଜଣ, କୋରାପୁଟ ଜିଲ୍ଲାରୁ ୯୮ଜଣ, ମାଲକାନଗିରି ଜିଲ୍ଲାରୁ ୨୬ ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୫୮ଜଣ ରହିଛନ୍ତି।

ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୪୬୮୯୪ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୩୪୧୬୩ ଟି ଆକ୍ଟିଭ୍‌ କେସ୍‌ ରହିଛି। ୧୧୨୦୬୨ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି।

Comments are closed.