ପଞ୍ଚଭୂତରେ ଲୀନ ହେଲେ ଅଜିତ ଦାଶ

ଭୁବନେଶ୍ବର: ପଞ୍ଚଭୂତରେ ଲୀନ ହେଲେ ଅଭିନେତା ଅଜିତ ଦାଶ। ଆଜି ସତ୍ୟନଗର ସ୍ଥିତ ଶ୍ମଶାନରେ ଅଜିତଙ୍କ ଶେଷକୃତ୍ୟ ସମ୍ପନ୍ନ କରାଯାଇଛି। ଅଜିତଙ୍କୁ ମୁଖାଗ୍ନି ଦେଇଛନ୍ତି ତାଙ୍କ ବଡ଼ ଝିଅ ସୁଚିସ୍ମିତା। ପ୍ରଥମେ ଅଜିତ ଦାସଙ୍କୁ ଗାର୍ଡ଼ ଅଫ ଅନର ପ୍ରଦାନ କରାଯାଇଥିଲା। ଏହାପରେ ଅନ୍ତିମ ସଂସ୍କାର କାର୍ଯ୍ୟ ଶେଷ କରାଯାଇଥିଲା। ଅନ୍ତିମ ସଂସ୍କାର କାର୍ଯ୍ୟରେ ସିନେ ଓ ନାଟ୍ୟ ଜଗତର ବହୁ ବିଶିଷ୍ଟ ବ୍ୟକ୍ତି ଉପସ୍ଥିତ ରହିଥିଲେ।
ସୂଚନାଯୋଗ୍ୟ, ଗତକାଲି ଭୁବନେଶ୍ୱର ସ୍ଥିତ ଏକ ଘରୋଇ ହସ୍ପିଟାଲରେ ଓଡ଼ିଆ ଚଳଚ୍ଚିତ୍ର ଜଗତର ବିଶିଷ୍ଟ ଅଭିନେତା ଅଜିତ ଦାଶଙ୍କର କରୋନାରେ ପରଲୋକ ଘଟିଥିଲା।
Comments are closed.