କ୍ୟାବିନେଟ ନିଷ୍ପତ୍ତି

ଭୁବନେଶ୍ବର: ରାଜ୍ୟ କ୍ୟାବିନେଟରେ ଗୁରୁତ୍ବପୂର୍ଣ୍ଣ ନିଷ୍ପତ୍ତି ଗ୍ରହଣ କରାଯାଇଛି। ଓଡ଼ିଶା ଦ୍ରବ୍ୟ ଓ ସେବା କର ସଂଶୋଧନ ପ୍ରସ୍ତାବକୁ ମଂଜୁରୀ ମିଳିଛି। ଏହା ସହିତ ସୁବର୍ଣ୍ଣରେଖା ନଦୀରେ ହାଇଲେଭଲ ବ୍ରିଜ୍ ନିର୍ମାଣ ପ୍ରସ୍ତାବକୁ ମଧ୍ୟ ପଞ୍ଜୁରୀ ମିଳିଛି। ବାଲିଆପାଳ ଓ ଭୋଗରାଇ ବ୍ଲକକୁ ସଂଯୋଗ କରିବ ଏହି ସେତୁ। ବାଲିଆପାଳ ଜାମୁକୁଣ୍ଡରୁ ଭୋଗରାଇ ଅଡଙ୍ଗପନ୍ତେଇକୁ ବି ସଂଯୋଗ କରିବ।
ପ୍ରକାଶ ଯେ, ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ କ୍ୟାବିନେଟ୍ ବୈଠକ ବିସିଥିଲା। ବୈଠକରେ ୩ଟିରୁ ଅଧିକ ପ୍ରସ୍ତାବ ଆସିପାର। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଆଜି ରାଜ୍ୟ କ୍ୟାବିନେଟ୍ ବୈଠକ ବସିବ।
ପୂର୍ବାହ୍ନ ୧୧ଟା ୩୦ରେ ଅନୁଷ୍ଠିତ ହେବାକୁ ଥିବା କ୍ୟାବିନେଟ୍ ବୈଠକରେ ୩ଟିରୁ ଅଧିକ ପ୍ରସ୍ତାବ ଆସିପାରେ। ଜିଏସ୍ ଟି ଆଇନ ସଂଶୋଧନ ସମ୍ପର୍କିତ ଅଧ୍ୟାଦେଶ ବିଲ୍ କୁ କ୍ୟାବିନେଟ୍ ଅନୁମୋଦନ ପାଇଁ ଅର୍ଥ ବିଭାଗର ପ୍ରସ୍ତାବ ରହିଛି। ଏହାସହିତ ଉଚ୍ଚଶିକ୍ଷା ବିଭାଗର ଗୋଟିଏ ପ୍ରସ୍ତାବ ରହିଛି। ସେହିପରି ସର୍ବସାଧାରଣଙ୍କ ସ୍ବାର୍ଥ ଦୃଷ୍ଟିରୁ ମୟୂରଭଞ୍ଜ ଜିଲ୍ଲାରେ ଗୋଟିଏ ପ୍ରକଳ୍ପ ନିର୍ମାଣ ପାଇଁ ଆହ୍ବାନ ହୋଇଥିବା ଟେଣ୍ଡରକୁ ମଞ୍ଜୁରି ମିଳିବ ବୋଲି ଜଣାପଡ଼ିଛି।
Comments are closed.