କରୋନା: ରାଜ୍ୟରେ ଆଉ ୧୩ ସଂକ୍ରମିତଙ୍କ ମୃତ୍ୟୁ
ଭୁବନେଶ୍ବର: ରାଜ୍ୟରେ ଦିନକୁ ଦିନ ହୁ ହୁ ହୋଇ ବଢ଼ିଚାଲିଛି କରୋନା। ୨୪ ଘଣ୍ଟା ମଧ୍ୟରେ୧୩ ଜଣ କରୋନା ସଂକ୍ରମିତ ପ୍ରାଣ ହରାଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୬୮୨କୁ ବୃଦ୍ଧି ପାଇଛି। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ଦିଆଯାଇଛି।
୧୩ ମୃତକଙ୍କ ମଧ୍ୟରୁ ଖୋର୍ଦ୍ଧା ଜିଲ୍ଲାରୁ ୩ ଜଣ ଲେଖାଏଁ ଆକ୍ରାନ୍ତ ରହିଥିବା ବେଳେ। ପୁରୀ ଓ କେନ୍ଦ୍ରପଡ଼ାରୁ ୨ ଜଣ ଲେଖାଏଁ ରହିଛନ୍ତି। ବରଗଡ଼, ବଲାଙ୍ଗୀର,କଟକ ଓ ଗଜପତି,କନ୍ଧମାଳ ଓ ମୟୂରଭଞ୍ଜ ଜିଲ୍ଲାରୁ ଜଣେ ଲେଖାଏଁ ସଂକ୍ରମିତ ରହିଛନ୍ତି।
Comments are closed.