ସାମୁଦ୍ରିକ ଝଡ ‘ନୋଲ୍’ ପ୍ରଭାବରେ ୨୦ ସୁଦ୍ଧା ଲଘୁଚାପ ସୃଷ୍ଟି ହେବା ସମ୍ଭାବନା
ଭୁବନେଶ୍ୱର: ଦକ୍ଷିଣ ଚୀନ ସାଗରରେ ସୃଷ୍ଟି ହୋଇଥିବା ସାମୁଦ୍ରିକ ଝଡ଼ ‘ନୋଲ୍’ ର ପ୍ରଭାବରେ ବଙ୍ଗୋପସାଗରରେ ଆସନ୍ତା ରବିବାର ସୁଦ୍ଧା ଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ଥିବା ବେଳେ ଏହାର ଠିକ୍ ଗୋଟିଏ ଦିନ ପରେ ବଙ୍ଗୋପସାଗରରେ ଏହା ଅବପାତ ରୂପ ନେବ ବୋଲି ଶିକ୍ଷା ଓ ଅନୁସନ୍ଧାନ (ଡିମଡ ଟୁ ବି ୟୁନିଭର୍ସିଟି) ପରିଚାଳିତ ପରିବେଶ ଓ ଜଳବାୟୁ କେନ୍ଦ୍ର ପକ୍ଷରୁ ଶୁକ୍ରବାର ସୂଚନା ଦିଆଯାଇଛି।
ରବିବାର ରାତି ସୁଦ୍ଧା ଏହା ପଶ୍ଚିମ ବଙ୍ଗରେ ଅନୁଭୂତ ହେବା ସମ୍ଭାବନା ଥିବା ବେଳେ ଏହାର ଗତି ଝାଡ଼ଖଣ୍ଡ ଓ ଛତିଶଗଡ଼ ମୁହାଁ ହେବ ଏବଂ ସେପ୍ଟେମ୍ବର ୨୩ ପର୍ଯ୍ୟନ୍ତ ଏହାର ପ୍ରଭାବ ରହିବ। ଏହାର ପ୍ରଭାବରେ ଉତ୍ତର ଓଡ଼ିଶାର ବିଭିନ୍ନ ଜିଲ୍ଲାରେ ସେପ୍ଟେମ୍ବର ୨୦ ଓ ୨୧ରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ପଶ୍ଚିମ ଓଡ଼ିଶାର କେତେକ ସ୍ଥାନରେ ସେପ୍ଟେମ୍ବର ୨୨ ତାରିଖରେ ମଧ୍ୟ ବର୍ଷା ହେବାର ସମ୍ଭାବନା ରହିଛି।ସେହିପରି ଦକ୍ଷିଣ ଏବଂ ଉପକୂଳ ଓଡ଼ିଶାରେ ସେପ୍ଟେମ୍ବର ୧୯ ରୁ ୨୧ ତାରିଖ ମଧ୍ୟରେ ବର୍ଷା ହେବାର ସମ୍ଭାବନା ଥିବା ସିଇସି ପକ୍ଷରୁ କୁହାଯାଇଛି।
Comments are closed.