Odisha Link
Bridging the Missing Links in Odisha

ଦେଶରେ କରୋନା: ୨୪ ଘଣ୍ଟାରେ ୯୩,୩୩୭ ଆକ୍ରାନ୍ତ, ୧୨୪୭ ମୃତ

ନୂଆଦିଲ୍ଲୀ: ଭାରତରେ କରୋନା ସଂକ୍ରମଣ ହାର ଦିନକୁ ଦିନ ଦ୍ରୁତ ଗତିରେ ବଢ଼ିବାରେ ଲାଗିଛି। ଦେଶରେ ଗତ ୨୪ ଘଣ୍ଟାରେ ରେକର୍ଡ ସଂଖ୍ୟକ ୯୩ହଜାର ୩୩୭ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଦେଶରେ ବର୍ତ୍ତମାନ ସୁଦ୍ଧା ମୋଟ ଆକ୍ରାନ୍ତ ସଂଖ୍ୟା ୫୩ଲକ୍ଷ ୮ ହଜାର୧୫ କୁ ବୃଦ୍ଧି ପାଇଛି। ଏନେଇ କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ଦିଆଯାଇଛି।

ଦେଶରେ କରୋନାଜନିତ ମୃତ୍ୟୁ ସଂଖ୍ୟା ୮୫,୬୨୯ରେ ପହଞ୍ଚିଲାଣି। ଗତ ୨୪ ଘଣ୍ଟାରେ ଦେଶରେ ୧୨୯୦ ଜଣ କରୋନା ଆକ୍ରାନ୍ତରେ ପ୍ରାଣ ହରାଇଛନ୍ତି। ବର୍ତ୍ତମାନ ମୋଟ ଆକ୍ଟିଭ୍‌ କେସ୍‌ ୧୦ ଲକ୍ଷ ୧୩ ହଜାର ୯୬୪ ଥିବା ବେଳେ ୪୨, ୦୮,୪୩୧ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି।

Comments are closed.