ବଡ ଖବର: ରାଜ୍ୟରେ ୭୦୦ ଟପିଲା କରୋନା ମୃତ୍ୟୁ ସଂଖ୍ୟା

ଭୁବନେଶ୍ବର: ରାଜ୍ୟରେ ହୁ ହୁ ହୋଇ ବଢ଼ିଚାଲିଛି କରୋନା ସଂକ୍ରମଣ। ୭୦୦ ଟପିଲା କରୋନା ମୃତ୍ୟୁ ସଂଖ୍ୟା। ଗତ ୨୪ ଘଣ୍ଟା ମଧ୍ୟରେ ୧୦ ଜଣ କରୋନା ସଂକ୍ରମିତ ପ୍ରାଣ ହରାଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୭୦୧ କୁ ବୃଦ୍ଧି ପାଇଛି। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ଦିଆଯାଇଛି।
୧୦ ମୃତକଙ୍କ ମଧ୍ୟରୁ କଟକ, ପୁରୀ ଜିଲ୍ଲାରୁ ୨ ଜଣ ଲେଖାଏଁ, ବଲାଙ୍ଗୀର, ଗଞ୍ଜାମ, କଳାହାଣ୍ଡି, ଖୋର୍ଦ୍ଧା, ମୟୁରଭଞ୍ଜ ଏବଂ ସମ୍ବଲପୁର ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି।
ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୭୯୮୮୦ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏଥିମଧ୍ୟରୁ ୩୭୪୬୯ଟି ଆକ୍ଟିଭ୍ କେସ୍ ରହିଥିବା ବେଳେ ୧୪୧୬୫୭ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ୨୭୬୬୯୭୬ଟି ସାମ୍ପୁଲ ଟେଷ୍ଟ୍ କରାଯାଇଛି।
Comments are closed.