ରାଜ୍ୟରେ ଆଉ ୧୫ କରୋନା ସଂକ୍ରମିତ ମୃତ
ଭୁବନେଶ୍ବର: ରାଜ୍ୟରେ ହୁ ହୁ ହୋଇ ବଢ଼ିଚାଲିଛି କରୋନା ସଂକ୍ରମଣ। ଗତ ୨୪ ଘଣ୍ଟା ମଧ୍ୟରେ ୧୫ ଜଣ କରୋନା ସଂକ୍ରମିତ ପ୍ରାଣ ହରାଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୭୩୬କୁ ବୃଦ୍ଧି ପାଇଛି। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ଦିଆଯାଇଛି।
୧୫ ମୃତକଙ୍କ ମଧ୍ୟରୁ ଭୁବନେଶ୍ବରରୁ ୪ ଜଣ, ମୟୂରଭଞ୍ଜ ଓ ପୁରୀରୁ ୨ ଜଣ ଲେଖାଏଁ, ନୟାଗଡ଼, ନୂଆପଡ଼ା, କଟକ, ବାଲେଶ୍ବର ଢ଼େଙ୍କାନାଳ, କନ୍ଧମାଳ, ମାଲକାନଗିରି ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି। ସୂଚନାଯୋଗ୍ୟ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୯୨୫୪୮ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏଥିମଧ୍ୟରୁ ୩୮୫୪୬ଟି ଆକ୍ଟିଭ୍ କେସ୍ ରହିଥିବା ବେଳେ ୧୫୩୨୧୩ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ୭୩୬ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୫୩ ଜଣଙ୍କର ଅନ୍ୟ ରୋଗ ଯୋଗୁଁ ମୃତ୍ୟୁ ହୋଇଛି।
Comments are closed.