ଦେଶରେ କରୋନା: ମୃତ୍ୟୁ ସଂଖ୍ୟା ଟପିଲା ୯୦ ହଜାର

ନୂଆଦିଲ୍ଲୀ: ଭାରତରେ କରୋନା ସଂକ୍ରମଣ ହାର ଦିନକୁ ଦିନ ଦ୍ରୁତ ଗତିରେ ବଢ଼ିବାରେ ଲାଗିଛି। ଏଥସହ ଦେଶରେ କରୋନାଜନିତ ମୃତ୍ୟୁ ସଂଖ୍ୟା ୯୦,୦୨୦ ରେ ପହଞ୍ଚିଲାଣି। ଗତ ୨୪ ଘଣ୍ଟାରେ ଦେଶରେ ୧୦୮୫ ଜଣ କରୋନା ଆକ୍ରାନ୍ତରେ ପ୍ରାଣ ହରାଇଛନ୍ତି। ଦେଶରେ ଗତ ୨୪ ଘଣ୍ଟାରେ ରେକର୍ଡ ସଂଖ୍ୟକ ୮୩ ହଜାର ୩୪୭ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।
ଦେଶରେ ବର୍ତ୍ତମାନ ସୁଦ୍ଧା ମୋଟ ଆକ୍ରାନ୍ତ ସଂଖ୍ୟା ୫୬ ଲକ୍ଷ ୪୬ ହଜାର ୦୧୧କୁ ବୃଦ୍ଧି ପାଇଛି।ବର୍ତ୍ତମାନ ମୋଟ ଆକ୍ଟିଭ୍ କେସ୍ ୯ ଲକ୍ଷ ୬୭ ହଜାର ୩୭୭ ଥିବା ବେଳେ ୪୫,୮୭,୬୧୩ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଏନେଇ କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ଦିଆଯାଇଛି।
Comments are closed.