Odisha Link
Bridging the Missing Links in Odisha

ଗଛରେ ଝୁଲୁଛି ଯୁବକଙ୍କ ମୃତଦେହ

ବାଲେଶ୍ବର: ନୀଳଗିରି ଅଞ୍ଚଳରେ ଦେଖିବାକୁ ମିଳିଛି ଏଭଳି ଅଭାବନୀୟ ଦୃଶ୍ୟ। ଗଛରେ ଝୁଲୁଛି ଯୁବକଙ୍କ ମୃତଦେହ। ଖବର ପାଇ ଘଟମାସ୍ଥଳରେ ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି।

ପ୍ରକାଶ ଯେ, ବାଲେଶ୍ବର ଜିଲ୍ଲା ଶ୍ୟାମସୁନ୍ଦରପୁର ପଞ୍ଚାୟତ ଅନ୍ଧାରି ବିଲ ନିକଟରେ ଗଛରେ ଝୁଲୁଛି ଯୁବକଙ୍କ ମୃତଦେହ। ମୃତକ ହେଲେ ଦାଶରଥୀପୁର ଗ୍ରାମର ପାଗୁଲୁ ଶତପଥୀ। ଝୁଲନ୍ତା ମୃତଦେହ ଦେଖି ସ୍ଥାନୀୟଲୋକ ପୋଲିସକୁ ଖବର ଦେଇଥିଲେ। ଘଟଣାସ୍ଥଳରେ ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି। ତେବେ ତାଙ୍କୁ କେହି ହତ୍ୟା କରିଛି କି ସେ ଆତ୍ମହତ୍ୟା କରିଛନ୍ତି ତାର କାରଣ ସ୍ପଷ୍ଟ ଜମାପଡିନାହିଁ।

Comments are closed.