Odisha Link
Bridging the Missing Links in Odisha

କରୋନା: ରାଜ୍ୟରେ ଆଉ ୧୫ ଜଣଙ୍କ ମୃତ୍ୟୁ

ଭୁବନେଶ୍ୱର: ରାଜ୍ୟରେ ହୁ ହୁ ହୋଇ ବଢ଼ିଚାଲିଛି କରୋନା । ୨୪ ଘଣ୍ଟା ମଧ୍ୟରେ ୧୫ ଜଣ କରୋନା ସଂକ୍ରମିତ ପ୍ରାଣ ହରାଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୭୬୭କୁ ବୃଦ୍ଧି ପାଇଛି। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ଦିଆଯାଇଛି।

୧୫ ମୃତକଙ୍କ ମଧ୍ୟରୁ ଖୋର୍ଦ୍ଧା ଜିଲ୍ଲାରୁ ୪ ଜଣ, ପୁରୀ ଜିଲ୍ଲାରୁ ୩ ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୨ ଜଣ, ଅନୁଗୋଳ, ବଲାଙ୍ଗୀର, କଟକ, କନ୍ଧମାଳ, କେନ୍ଦ୍ରାପଡା ଏବଂ ରାୟଗଡା ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି ।

Comments are closed.