Odisha Link
Bridging the Missing Links in Odisha

ରାଜ୍ୟରେ କରୋନା: ୩୨୩୫ ନୂଆ ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ବର: ରାଜ୍ୟରେ ହୁ ହୁ ହୋଇ ବଢି ଚାଲିଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା। ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୩୨୩୫ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୨୧୨୬୦୯ରେ ପହଞ୍ଚିଛି। ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୯୧୫ ଜଣ କ୍ବାରେଣ୍ଟାଇନ୍‌ରେ ରହିଥିବା ବେଳେ ୧୩୨୦ ଜଣ ସ୍ଥାନୀୟ ବାସିନ୍ଦା ରହିଛନ୍ତି। ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

୩୨୩୫ ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ଖୋର୍ଦ୍ଧା ଜିଲ୍ଳାରୁ ସର୍ବାଧିକ ୫୦୬ ଜଣ ଥିବାବେଳେ କଟକରୁ ୩୧୮, ଅନୁଗୁଳରୁ ୧୭୯, ବାଲେଶ୍ୱରରୁ ୧୦୦, ବରଗଡ଼ରୁ ୧୩୭, ଭଦ୍ରକରୁ ୬୭, ବଲାଙ୍ଗିରରୁ ୧୦୧, ବୌଦ୍ଧରୁ ୪୨, ଦେବଗଡ଼ରୁ ୧୨, ଢେଙ୍କାନାଳରୁ ୬୯, ଗଜପତିରୁ ୩୧, ଗଞ୍ଜାମରୁ ୨୮, ଜଗତସିଂହପୁରରୁ ୮୬, ଯାଜପୁରରୁ ୧୧୦, ଝାରସୁଗୁଡ଼ାରୁ ୭୧, କଳାହାଣ୍ଡିରୁ ୪୨, କନ୍ଧମାଳରୁ ୬୨, କେନ୍ଦ୍ରାପଡ଼ାରୁ ୧୦୩, କେନ୍ଦୁଝରରୁ ୮୬, କୋରାପୁଟରୁ ୫୯, ମାଲକାନଗିରିରୁ ୨୧, ମୟୂରଭଞ୍ଜରୁ ୧୧୮, ନବରଙ୍ଗପୁରରୁ ୧୨୪, ନୟାଗଡ଼ରୁ ୪୩, ନୂଆପଡ଼ାରୁ ୧୦୬, ପୁରୀରୁ ୭୯, ରାୟଗଡ଼ାରୁ ୧୦୧, ସମ୍ବଲପୁରରୁ ୧୨୦, ସୋନପୁରରୁ ୬୫, ସୁନ୍ଦରଗଡ଼ରୁ ୧୦୧ ଏବଂ ଷ୍ଟେଟ୍ ଫୁଲ୍‌ରୁ ୧୪୮ ଅଛନ୍ତି।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୨୧୨୬୦୯ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏଥିମଧ୍ୟରୁ ୩୮୧୭୨ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୧୭୩୫୭୧ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଏବେ ସୁଦ୍ଧା ରାଜ୍ୟରେ ୩୧୫୯୪୦୦ଟି ସାମ୍ପୁଲ ଟେଷ୍ଟ୍ ହୋଇଛି।

Comments are closed.