ଆସୁଛି ଆଉ ଏକ ଲଘୁଚାପ, ୫ ଯାଏଁ ପ୍ରବଳ ବର୍ଷା

ଭୁବନେଶ୍ୱର: ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ ଆଉ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ସମ୍ଭାବନା ରହିଛି। ଆଗାମୀ ୪୮ ଘଣ୍ଟା ମଧ୍ୟରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇପାରେ। ଏହା ପ୍ରଭାବରେ ଆଜି ଠାରୁ ୫ ତାରିଖ ପର୍ୟ୍ୟନ୍ତ ରାଜ୍ୟର ବିଭିନ୍ନ ଅଞ୍ଚଳରେ ବର୍ଷା ହେବାର ସମ୍ଭାବନା ରହିଛି।
ପ୍ରବଳ ବର୍ଷା ନେଇ ଟୁଇନ ସିଟିକୁ ୟେଲୋ ୱାର୍ଣ୍ଣିିଂ ଜାରି କରାଯାଇଛି। ଟୁଇନ ସିଟିରେ ପ୍ରବଳ ବର୍ଷା ହେବା ନେଇ ପାଣିପାଗ ବିଭାଗର ଅକଳନ କରିଛି। ପ୍ରବଳ ବର୍ଷା ଯୋଗୁଁ ତଳିଆ ଅଞ୍ଚଳରେ ପାଣି ଜମିବା ସମ୍ଭାବନା ରହିଛି। ଏଥିସହ ଟ୍ରାଫିକ୍ ଜାମ୍ ହୋଇପାରେ। ରାସ୍ତାରେ ଗଲା ବେଳେ ମ୍ୟାନ୍ ହୋଲ୍କୁ ନଜରରେ ରଖି ଯିବାକୁ ପରାମର୍ଶ ଦିଆଯାଇଛି।
ପ୍ରବଳ ବର୍ଷା ନେଇ ୪ଟି ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଥିବା ବେଳେ ୧୧ଟି ଜିଲାକୁ ୟେଲୋ ୱାର୍ଣ୍ଣିିଂ ଜାରି କରାଯାଇଛି। ଅରେଞ୍ଜ ୱାର୍ଣ୍ଣିଂ ଜିଲ୍ଲା ଗୁଡ଼ିକ ହେଲା ଗଞ୍ଜାମ, ପୁରୀ, କନ୍ଧମାଳ ଓ ଗଜପତି। ଏହି ଜିଲ୍ଲାର ବିଭିନ୍ନ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ସେହିପରି ୟେଲୋ ୱାର୍ଣ୍ଣି ଜାରି କରାଯାଇଥିବା ଜିଲ୍ଲାଗୁଡ଼ିକ କୋରାପୁଟ, ରାୟଗଡ଼ା, ଖୋର୍ଦ୍ଧା, ବୌଦ୍ଧ, ନୟାଗଡ଼, କଟକ, ଜଗତସିଂହପୁର, କେନ୍ଦ୍ରାପଡ଼ା, ସମ୍ବଲପୁର, କଳାହାଣ୍ଡି ଓ ଭଦ୍ରକ। ଏହି ସବୁ ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି।
Comments are closed.