Odisha Link
Bridging the Missing Links in Odisha

ରାଜ୍ୟରେ କରୋନା: ୩୬୧୫ ନୂଆ ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ବର: ରାଜ୍ୟରେ ହୁ ହୁ ହୋଇ ବଢି ଚାଲିଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା। ଗତ ୨୪ ଘଣ୍ଟା ମଧ୍ୟରେ ୩୬୧୫ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏଥିସହ ରାଜ୍ୟରେ ବର୍ତ୍ତମାନ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୨୨୨୭୩୪ରେ ପହଞ୍ଚିଛି। ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୨୧୧୮ ଜଣ କ୍ବାରେଣ୍ଟାଇନ୍‌ରେ ରହିଥିବା ବେଳେ ୧୪୯୭ ଜଣ ସ୍ଥାନୀୟ ବାସିନ୍ଦା ରହିଛନ୍ତି।

୩୪୪୩ ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ଖୋର୍ଦ୍ଧା ଜିଲ୍ଳାରୁ ସର୍ବାଧିକ ୬୦୧ ଜଣ ଥିବାବେଳେ କଟକରୁ ୩୫୯, ଅନୁଗୁଳରୁ ୧୦୦, ବାଲେଶ୍ୱରରୁ ୧୫୨, ବରଗଡ଼ରୁ ୧୧୧, ଭଦ୍ରକରୁ ୯୫, ବଲାଙ୍ଗିରରୁ ୧୧୪, ବୌଦ୍ଧରୁ ୧୦, ଦେବଗଡ଼ରୁ ୧୩, ଢେଙ୍କାନାଳରୁ ୪୭, ଗଜପତିରୁ ୧୮, ଗଞ୍ଜାମରୁ ୫୪, ଜଗତସିଂହପୁରରୁ ୭୮, ଯାଜପୁରରୁ ୧୩୦, ଝାରସୁଗୁଡ଼ାରୁ ୭୭, କଳାହାଣ୍ଡିରୁ ୭୬, କନ୍ଧମାଳରୁ ୧୦୩, କେନ୍ଦ୍ରାପଡ଼ାରୁ ୧୦୧, କେନ୍ଦୁଝରରୁ ୯୭, କୋରାପୁଟରୁ ୫୨, ମାଲକାନଗିରିରୁ ୨୯, ମୟୂରଭଞ୍ଜରୁ ୧୪୧, ନବରଙ୍ଗପୁରରୁ ୮୯, ନୟାଗଡ଼ରୁ ୮୮, ନୂଆପଡ଼ାରୁ ୮୭, ପୁରୀରୁ ୧୩୨, ରାୟଗଡ଼ାରୁ ୨୯, ସମ୍ବଲପୁରରୁ ୧୩୧, ସୋନପୁରରୁ ୯୪, ସୁନ୍ଦରଗଡ଼ରୁ ୮୧ ଏବଂ ଷ୍ଟେଟ୍ ଫୁଲ୍‌ରୁ ୨୫୪ ଅଛନ୍ତି।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୨୨୨୭୩୪ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏଥିମଧ୍ୟରୁ ୩୬୧୨୨ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୧୮୫୭୦୦ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି।

Comments are closed.