କରୋନା: ରାଜଧାନୀରୁ ୩୪୦ ପଜିଟିଭ୍ ଚିହ୍ନଟ, ସୁସ୍ଥ ହେଲେ ୩୩୭
![](https://www.odishalink.com/wp-content/uploads/2020/02/coronavirus-1-1.jpg)
ଭୁବନେଶ୍ୱର: ରାଜ୍ୟରେ ଦିନକୁ ଦିନ ହୁ ହୁ ହୋଇ ବଢ଼ିଚାଲିଛି କରୋନ। ଆଜି ଭୁବନେଶ୍ୱରରୁ ଚିହ୍ନଟ ହେଲେ ଆଉ ୩୪୦ ଜଣ କରୋନା ପଜିଟିଭ୍। ଏହାସହ ରାଜଧାନୀରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୨୨୨୩୫ରେ ପହଞ୍ଚିଛି। ଆଜି ଚିହ୍ନଟ ସଂକ୍ରମିତଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରେ ୮୪ ଜଣ ରହିଥିବା ବେଳେ ୨୫୬ ହେଉଛନ୍ତି ସ୍ଥାନୀୟ ସଂକ୍ରମିତ। ଏହାସହ ୩୩୭ ଜଣ ଆରୋଗ୍ୟ ଲାଭ କରିଛନ୍ତି।
ରାଜଧାନୀରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୨୨୨୩୫ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏଥିମଧ୍ୟରୁ ୩୫୩୬ଟି ଆକ୍ଟିଭ୍ କେସ୍ ରହିଥିବା ବେଳେ ୧୮୫୮୫ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ସେହିପରି ୯୬ ଜଣଙ୍କର ମୃତ୍ୟୁ ହୋଇଛି।
Comments are closed.