Odisha Link
Bridging the Missing Links in Odisha

ରାଜଧାନୀରୁ ଆଉ ୩୨୯ ପଜିଟିଭ୍‌ ଚିହ୍ନଟ

ଭୁବନେଶ୍ୱର: ରାଜଧାନୀରୁ କ୍ରମାଗତ ଭାବେ ବହୁ ସଂଖ୍ୟକ କରୋନା ଆକ୍ରାନ୍ତ ଚିହ୍ନଟ ହେଉଛନ୍ତି। ଆଜି ରାଜଧାନୀରୁ ଆଉ ୩୨୯ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତିି। ସେମାନଙ୍କ ମଧ୍ୟରୁ କ୍ୱାରେଣ୍ଟାଇନ ସେଣ୍ଟରରୁ ୧୧୦ ଓ ସ୍ଥାନୀୟ ଅଞ୍ଚଳରୁ ୨୧୯ଜଣ ଚିହ୍ନଟ ହୋଇଛନ୍ତି। ଏଥିସହ ଗତ ୨୪ ଘଣ୍ଟାରେ ୩୪୧ ଜଣ ସୁସ୍ଥ ହୋଇଛନ୍ତି। ଏନେଇ ଭୁବନେଶ୍ୱର ମହାନଗର ନିଗମ ପକ୍ଷରୁ ସୂଚନା ଦିଆଯାଇଛି।

ଇତି ମଧ୍ୟରେ ଭୁବନେଶ୍ୱରରେ କରୋନା ପଜିଟିଭଙ୍କ ସଂଖ୍ୟା ୨୨ ହଜାର ୮୭୬କୁ ବୃଦ୍ଧି ପାଇଛି। ମୋଟ ୨୨ ହଜାର ୮୭୬ ପଜିଟିଭ ମଧ୍ୟରୁ ୧୦୦ ଜଣଙ୍କର ମୃତ୍ୟୁ ଘଟିଛି। ୧୯ ହଜାର୨୫୫ ଜଣ ସୁସ୍ଥ ହୋଇଥିବା ବେଳେ ୩,୫୦୨ ଜଣ ଚିକିତ୍ସାଧୀନ ଅବସ୍ଥାରେ ଅଛନ୍ତି।

Comments are closed.