ରାଜ୍ୟରେ ଆଉ ୧୭ କରୋନା ସଂକ୍ରମିତଙ୍କ ମୃତ୍ୟୁ
ଭୁବନେଶ୍ବର: ରାଜ୍ୟରେ ଦିନକୁ ଦିନ କରୋନା ସ୍ଥିତି ବିଗିଡିବାରେ ଲାଗିଛି। ଗତ ୨୪ ଘଣ୍ଟା ମଧ୍ୟରେ ଆଉ ୧୭ ଜଣ କରୋନା ସଂକ୍ରମିତ ପ୍ରାଣ ହରାଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୯୨୪କୁ ବୃଦ୍ଧି ପାଇଛି। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।
୧୭ ମୃତକଙ୍କ ମଧ୍ୟରୁ କଟକ ଓ ପୁରୀ ଜିଲ୍ଲାରୁ ୩ ଜଣ ଲେଖାଏଁ, ବାଲେଶ୍ବର, ବୌଦ୍ଧ ଏବଂ ଖୋର୍ଦ୍ଧା ଜିଲ୍ଲାରୁ ୨ଜଣ ଲେଖାଏଁ, ଅନୁଗୋଳ, କେନ୍ଦୁଝର, ନବରଙ୍ଗପୁର, ରାୟଗଡା ଏବଂ ସୁନ୍ଦରଗଡ ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି। ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୨୩୫୩୩୦ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏଥିମଧ୍ୟରୁ ୩୨୦୫୧ଟି ଆକ୍ଟିଭ୍ କେସ୍ ରହିଥିବା ବେଳେ ୨୦୨୩୦୨ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି।
Comments are closed.