Odisha Link
Bridging the Missing Links in Odisha

ରାଜଧାନୀରୁ ଆଉ ୩୧୯ ପଜିଟିଭ୍‌ ଚିହ୍ନଟ

ଭୁବନେଶ୍ୱର: ରାଜଧାନୀରୁ କ୍ରମାଗତ ଭାବେ ବହୁ ସଂଖ୍ୟକ କରୋନା ଆକ୍ରାନ୍ତ ଚିହ୍ନଟ ହେଉଛନ୍ତି। ଆଜି ରାଜଧାନୀରୁ ଆଉ ୩୧୯ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତିି। ସେମାନଙ୍କ ମଧ୍ୟରୁ କ୍ୱାରେଣ୍ଟାଇନ ସେଣ୍ଟରରୁ ୯୨ ଓ ସ୍ଥାନୀୟ ଅଞ୍ଚଳରୁ ୨୨୭ଜଣ ଚିହ୍ନଟ ହୋଇଛନ୍ତି। ଏଥିସହ ଗତ ୨୪ ଘଣ୍ଟାରେ ୩୧୫ ଜଣ ସୁସ୍ଥ ହୋଇଛନ୍ତି। ଏନେଇ ଭୁବନେଶ୍ୱର ମହାନଗର ନିଗମ ପକ୍ଷରୁ ସୂଚନା ଦିଆଯାଇଛି।

ରାଜଧାନୀରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୨୩୫୪୯ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏଥିମଧ୍ୟରୁ ୩୫୩୭ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୧୯୮୮୮ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ସେହିପରି ୧୦୪ ଜଣଙ୍କର ମୃତ୍ୟୁ ହୋଇଛି।

Comments are closed.