Odisha Link
Bridging the Missing Links in Odisha

ଅଗ୍ନିକାଣ୍ଡ ଘଟଣା: ତଦନ୍ତ ନିର୍ଦ୍ଦେଶ ଦେଲେ କେନ୍ଦ୍ର ପେଟ୍ରୋଲିୟମ୍‌ ମନ୍ତ୍ରୀ

ଭୁବନେଶ୍ୱର: ରାଜଧାନୀର ରାଜଭବନ ନିକଟସ୍ଥ ଇଣ୍ଡିଆନ ଅଏଲ ପେଟ୍ରୋଲ ଟାଙ୍କିରେ ଆଜି ଏକ ବଡ଼ ଧରଣର ବିସ୍ଫୋରଣ ଘଟିଛି। ବିସ୍ଫୋରଣ ଏତେ ଭୟଙ୍କର ଥିଲା ଯେ, ପେଟ୍ରୋଲ ପମ୍ପର ୧ କି.ମି ପରିଧି ଭିତରେ ଭୂକମ୍ପ ଭଳି ଝଟକା ଲାଗିଥିଲା। ଏହି ବିସ୍ଫୋରଣ ଘଟଣାର ତଦନ୍ତ କରିବାକୁ ନିର୍ଦ୍ଦେଶ ଦେଲେ କେନ୍ଦ୍ର ପେଟ୍ରୋଲିୟମ୍‌ ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। ପେଟ୍ରୋଲିୟମ୍‌ ଓ ପ୍ରାକୃତିକ ଗ୍ୟାସ୍‌ ବିଭାଗ ସଚିବଙ୍କୁ ତଦନ୍ତ ନିର୍ଦ୍ଦେଶ ଦିଆଯାଇଛି। ତୁରନ୍ତ ଘଟଣାର ତଦନ୍ତ କରି ରିପୋର୍ଟ ଦେବାକୁ ନିର୍ଦ୍ଦେଶ ଦିଆଯାଇଛି। ଏହାସହ ଦୁର୍ଘଟଣାରେ ଆହତ ହୋଇଥିବା ବ୍ୟକ୍ତିଙ୍କ ଆଶୁଆରୋଗ୍ୟ କାମନା କଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ।

ସୂଚନାଯୋଗ୍ୟ ଯେ, ରାଜଧାନୀର ରାଜଭବନ ନିକଟସ୍ଥ ପେଟ୍ରୋଲ ପମ୍ପରେ ବିସ୍ଫୋରଣ ପରେ ପେଟ୍ରୋଲ ପମ୍ପରେ ଏକ ବଡ଼ ଧରଣର ନିଆଁ ଲାଗିଛି। ଏନେଇ ଖବର ପାଇଁ ଅଗ୍ନିଶମ କର୍ମଚାରୀମାନେ ଘଟଣା ସ୍ଥଳରେ ପହଞ୍ଚି ନିଆଁକୁ ଲିଭାଇଛନ୍ତି। ବିସ୍ଫୋରଣ ଏତେ ଭୟଙ୍କର ଥିଲା ଯେ, ପେଟ୍ରୋଲ ପମ୍ପର ୧ କିମି ପରିଧି ଭିତରେ ଭୂକମ୍ପ ଭଳି ଝଟକା ଲାଗିଥିଲା। ଘଟଣାସ୍ଥଳରେ ପୁଲିସ ପହଞ୍ଚି ଉକ୍ତ ଅଞ୍ଚଳକୁ କର୍ଡନ କରି ରଖିଛି। ବିସ୍ଫୋରଣରେ ଅନେକ ଗାଡ଼ି ଛିନଛତ୍ର ହୋଇ ପଡ଼ିଥିବା ଦେଖିବାକୁ ମିଳିଛି। ରାଜଭବନ ଛକରୁ କ୍ୟାପିଟାଲ ହସ୍ପିଟାଲ ରାସ୍ତାକୁ ପୁଲିସ ସିଲ୍ କରିଛି। ଘଟଣାସ୍ଥଳରେ ପୁଲିସ କମିଶନର ଓ ଡିସିପି ପହଞ୍ଚି ପରିସ୍ଥିତି ଉପରେ ନଜର ରଖିଛନ୍ତି।

 

Comments are closed.