ରାଜ୍ୟର ଓମଫେଡ୍ ଦୁଗ୍ଧ ଚାଷୀଙ୍କୁ କିଷାନ କ୍ରେଡିଟ୍ କାର୍ଡରେ ୩ ଲକ୍ଷ ଋଣ ଦେବା ପାଇଁ ଅନୁରୋଧ କଲେ ଧର୍ମେନ୍ଦ୍ର

ଭୁବନେଶ୍ୱର : ଓଡିଶାର ଓମଫେଡ୍ ଦୁଗ୍ଧ ଚାଷୀଙ୍କ ପାଇଁ କିଷାନ କ୍ରେଡିଟ୍ କାର୍ଡ(କେସିସି) ମାଧ୍ୟମରେ ୩ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ଋଣ ଦେବା ମାମଲାରେ ବ୍ୟକ୍ତିଗତ ହସ୍ତକ୍ଷେପ କରି ଚାଷୀଙ୍କ ସ୍ୱାର୍ଥ ଦୃଷ୍ଟିରୁ ଉପଯୁକ୍ତ କାର୍ଯ୍ୟାନୁଷ୍ଠାନ ନେବା ପାଇଁ କେନ୍ଦ୍ର ଅର୍ଥମବୀ ନିର୍ମଳା ସୀତାରମଣଙ୍କୁ ପତ୍ର ଲେଖି ଅନୁରୋଧ କରିଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ।
ପ୍ରଧାନ ପତ୍ରରେ ଜଗତସଂହପୁର ଜିଲ୍ଲା ତିର୍ତୋଲ ବ୍ଲକ ଖଣ୍ଡାସାହି ଗ୍ରାମର ଦୁଗ୍ଧ ଚାଷୀ ଧ୍ରୁବ ଚରଣ ପରିଡାଙ୍କ ଏକ ଅଭିଯୋଗ ପତ୍ରକୁ ସଲଗ୍ନ କରି ଉଲ୍ଲେଖ କରିଛନ୍ତି ଯେ ବ୍ୟାଙ୍କ୍ ମାଧ୍ୟମରେ ଓମଫେଡ୍ ଦୁଗ୍ଧ ଚାଷୀ ମାନଙ୍କୁ କିଷାନ କ୍ରେଡିଟ୍ କାର୍ଡରେ ୩ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ଋଣ ଥିବା ବ୍ୟବସ୍ଥା ଥିଲେ ମଧ୍ୟ କୌଣସି ବ୍ୟାଙ୍କ୍ ଋଣ ଦେବାକୁ ଇଚ୍ଛା ପ୍ରକାଶ କରୁନଥିବା ଅଭିଯୋଗ ହେଉଛି । ତେଣୁ ଏହି ମାମଲାରେ ବ୍ୟକ୍ତିଗତ ସ୍ତରରେ ହସ୍ତକ୍ଷେପ କରି ଉପଯୁକ୍ତ କାର୍ଯ୍ୟନୁଷ୍ଠାନ ଗ୍ରହଣ କରିବାକୁ ପ୍ରଧାନ କେନ୍ଦ୍ର ଅର୍ଥମନ୍ତ୍ରୀଙ୍କୁ ନିବେଦନ କରିଛନ୍ତି ।
ଉଲ୍ଲେଖନୀୟ ଯେ, ଧ୍ରୁବଚରଣ ପରିଡା ନାମ୍ନୀ ଜଣକ ଦୁଗ୍ଧ ଚାଷୀ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କୁ ଲେଖିଥିବା ଅଭିଯୋଗ ପତ୍ରରେ ଉଲ୍ଲେଖ କରିଛନ୍ତି ଯେ ଭାରତ ସରକାରଙ୍କ ଅର୍ଥ ମନ୍ତ୍ରଣାଳୟ ପତ୍ର ନମ୍ବର , ତା-୨୭.୦୭.୨୦୨୦ରେ ବ୍ୟାଙ୍କ ଜରିଆରେ ଓମଫେଡ୍ ଦୁଗ୍ଧ ଚାଷୀଙ୍କୁ ୩ ଲକ୍ଷ ଟଙ୍କାର କିଷାନ କ୍ରେଡିଟ୍ କାର୍ଡ୍ ଦେବାକୁ ନିର୍ଦ୍ଦେଶ ହୋଇଛି । କିନ୍ତୁ ବ୍ୟାଙ୍କ୍ ମାନେ ଋଣ ଦେବା ପାଇଁ ଇଚ୍ଛାପ୍ରକାଶ କରୁନାହାନ୍ତି ।
ଯେଉଁ କାରଣରୁ ଓମଫେଡ୍ ଚାଷୀମାନେ କୋଭିଡ୍-୧୯ ସମୟରେ ହଇରାଣ ହେଉଛନ୍ତି । ଏହା ଋଣ ବ୍ୟବସ୍ଥା ହୋଇପାରିଲେ ଜଗତସିଂହପୁରର ଅନେକ ଓମଫେଡ୍ ଦୁଗ୍ଧ ଚାଷୀ ଉପକୃତ ହୋଇପାରିବେ ବୋଲି ଧ୍ରୁବଚରଣ ପରିଡା ଅଭିଯୋଗ ପତ୍ରରେ ସେ ଉଲ୍ଲେଖ କରିଛନ୍ତି ।
Comments are closed.