ଆସୁଛି ଆଉ ଏକ ଲଘୁଚାପ; ପ୍ରବଳ ବର୍ଷିବ
![](https://www.odishalink.com/wp-content/uploads/2020/09/heavy-to-very-heavy-rainfall--750x430.jpg)
ଭୁବନେଶ୍ବର: ଉତ୍ତର ଆଣ୍ଡାମାନ ସମୁଦ୍ର ଓ ପୂର୍ବକେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟ ଘୂର୍ଣ୍ଣିବଳୟ ଆସନ୍ତାକାଲି ଲଘୁଚାପର ରୂପ ନେବ। ପରବର୍ତ୍ତୀ ୨୪ ଘଣ୍ଟାରେ ଏହା ଅବପାତରେ ପରିଣତ ହେବ। ଏହା ପଶ୍ଚିମ-ଉତ୍ତରପଶ୍ଚିମ ଦିଗରେ ଆନ୍ଧ୍ରପ୍ରଦେଶ ଓ ଦକ୍ଷିଣ ଓଡ଼ିଶା ଉପକୂଳକୁ ଅବପାତ ଭାବେ ଗତି କରିବ। ଏହା ପ୍ରଭାବରେ ରାଜ୍ୟରେ ୧୧ ତାରିଖରୁ ୧୩ ତାରିଖ ଯାଏଁ ବର୍ଷା ହେବ। ଏନେଇ ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ସମୁଦ୍ର ଅଶାନ୍ତ ରହିବାର ସମ୍ଭାବନା ଥିବାରୁ ମତ୍ସଜୀବୀଙ୍କୁ ସମୁଦ୍ର ଭିତରକୁ ଯିବାକୁ ବାରଣ କରାଯାଇଛି।
୧୧ ତାରିଖରେ ବର୍ଷା ନେଇ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ୱେଲୋ ୱାର୍ଣ୍ଣିଂ ଜାରି କରିଛି। ଗଜପତି, ଗଞ୍ଜାମ, କୋରାପୁଟ ଓ ରାୟଗଡ଼ା ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ସମ୍ଭାବନା ରହିଛି। ସେହିପରି ମାଲକାନଗିରି, କନ୍ଧମାଳ, ପୁରୀ, ଜଗତସିଂହପୁର, ଖୋର୍ଦ୍ଧା ଓ ନବରଙ୍ଗପୁର ଜିଲ୍ଲାରେ ପ୍ରବଳ ବର୍ଷା ହୋଇପାରେ।
୧୨ ଓ ୧୩ ତାରିଖରେ ମଧ୍ୟ ବର୍ଷା ଜାରି ରହିବ। ମାଲକାନଗିରି, କୋରାପୁଟ, ରାୟଗଡ଼ା ଓ ଗଜପତି ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବ। ଗଞ୍ଜାମ, ପୁରୀ, ନବରଙ୍ଗପୁର, କଳାହାଣ୍ଡି, ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡ଼ା ଓ ଜଗତସିଂହପୁର ଜିଲ୍ଲାରେ ପ୍ରବଳ ବର୍ଷା ହେବ।
Comments are closed.