ରାଜ୍ୟରେ ଖୋଲିପାରେ ସ୍କୁଲ!
ଭୁବନେଶ୍ବର: କରୋନା କଟକଣା ମଧ୍ୟରେ ରାଜ୍ୟରେ ଖୋଲିପାରେ ସ୍କୁଲ! ସ୍କୁଲ ଖୋଲିବା ନେଇ ପ୍ରସ୍ତୁତି ଆରମ୍ଭ କରୁଛନ୍ତି ରାଜ୍ୟ ସରକାର। କରୋନା ପାଇଁ ପାଖାପାଖି ୬ ମାସ ହେବ ରାଜ୍ୟର ସମସ୍ତ ସରକାରୀ ଓ ଘରୋଇ ସ୍କୁଲ ବନ୍ଦ ରହିଛି। ଏତେଦିନ ସ୍କୁଲ ଗୁଡିକ ବନ୍ଦ ଥିବାରୁ କ୍ୟାମ୍ପସ୍ ସଫେଇ ଓ ଭିତିଭୂମି ସଜାଡ଼ିବାକୁ ନିର୍ଦ୍ଦେଶ ଦିଆଯାଇଛି। ଏହାକୁ ଦୃଷ୍ଟିରେ ରଖି ଶିକ୍ଷକ ହେଡ଼ କ୍ୱାର୍ଟର ଛାଡି ନ ଯିବାକୁ ମଧ୍ୟ କୁହାଯାଇଛି। ସ୍କୁଲ ଭିତ୍ତିଭୂମିକୁ କୋଭିଡ ୧୯ ପୂର୍ବ ସ୍ଥିତିକୁ ଫେରାଇ ଆଣିବା ଦିଗରେ ସମସ୍ତେ କାର୍ଯ୍ୟ କରିବା ଲାଗି କୁହାଯାଇଛି। ଏହାର ଉଲ୍ଲଂଘନ କଲେ ଘଟଣାକୁ ଗୁରୁତର ସହିତ ନିଆଯିବ ବୋଲି ମଧ୍ୟ ସୂଚନା ରହିଛି।
ଜୁଲାଇ ଓ ଅଗଷ୍ଟ ମାସରେ ମଧ୍ୟାହ୍ନ ଭୋଜନ ରୋଷେୟା ଓ ସହଯୋଗୀଙ୍କ ପାଉଣା ବାବଦରେ ୩୧କୋଟି ୮୧ଲକ୍ଷ ୫୮ହଜାର ୪୦୦ ଟଙ୍କା ମଞ୍ଜୁରୀ ହୋଇଛି। ଏନେଇ ସୂଚନା ଦେଇଛନ୍ତି ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ଦାସ। ଏଭଳି ନିର୍ଦେଶାବଳୀରୁ ଖୁବଶୀଘ୍ର ସ୍କୁଲ ଖୋଲିବା ନେଇ ରାଜ୍ୟ ସରକାରଙ୍କ ପ୍ରସ୍ତୁତି ଅନୁମାନ କରାଯାଇ ପାରେ। ମାତ୍ର କେବେ ଓ କେଉଁ ତାରିଖରେ ସ୍କୁଲ ଖୋଲିବ ସେନେଇ ନିଦ୍ଧିଷ୍ଟ ସୂଚନା ମିଳିପାରି ନାହିଁ।
Comments are closed.