କରୋନା ନେଲା ଆଉ ୧୭ ଜୀବନ
![](https://www.odishalink.com/wp-content/uploads/2020/04/Corona-Virus-Death-750x430.jpg)
ଭୁବନେଶ୍ୱର: ରାଜ୍ୟରେ କରୋନା ସ୍ଥିତି ଦିନକୁ ଦିନ ବିଗିଡିବାରେ ଲାଗିଛି। ଗତ ୨୪ ଘଣ୍ଟା ମଧ୍ୟରେ ୧୭ ଜଣ କରୋନା ସଂକ୍ରମିତ ପ୍ରାଣ ହରାଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୧୦୮୯କୁ ବୃଦ୍ଧି ପାଇଛି। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।
୧୭ ମୃତକଙ୍କ ମଧ୍ୟରୁ ଖୋର୍ଦ୍ଧା ଜିଲ୍ଲାରୁ ୪ ଜଣ, କଟକ, ସୁନ୍ଦରଗଡ ଜିଲ୍ଲାରୁ ୩ ଜଣ ଲେଖାଏଁ, ଗଞ୍ଜାମ ଜିଲ୍ଲାରୁ ୨ ଜଣ, ବାଲେଶ୍ବର, ବୌଦ୍ଧ, ଯାଜପୁର, କଳାହାଣ୍ଡି ଏବଂ ନୟାଗଡ ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି।
ସୂଚନାଯୋଗ୍ୟ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୨୬୨୦୧୧ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏଥିମଧ୍ୟରୁ ୨୫୧୦୬ଟି ଆକ୍ଟିଭ୍ କେସ୍ ରହିଥିବା ବେଳେ ୨୩୫୭୬୩ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି।
Comments are closed.