ନଦୀକୁ ଡେଇଁ ଦୁଇ ଭଉଣୀ ନିଖୋଜ
![](https://www.odishalink.com/wp-content/uploads/2020/09/river.jpg)
ବଲାଙ୍ଗିର: ଆଜି ୨ ଭଉଣୀ ନଦୀକୁ ଡେଇଁ ପଡ଼ିଛନ୍ତି ।ଏହି ଦୁର୍ଘଟଣାଟି ବଲାଙ୍ଗିର ଜିଲ୍ଲା ତୁସୁରା ଥାନା ତେଲ ନଦୀ ବ୍ରିଜ୍ ଉପରେ ଘଟଣାଟି ଘଟିଛି।
ବ୍ରିଜ ଉପରେ ଗୋଟିଏ ସ୍କୁଟି ଓ ୨ ହଳ ଚପଲ ଥୁଆ ହୋଇଥିବା ବେଳେ ସେମାନଙ୍କ ପତ୍ତା ମିଳିପାରିନି।
ସୂଚନାଅନୁସାରେ, ଆଜି ମଧ୍ୟାହ୍ନ ସମୟରେ ୨ ଯୁବତୀ ଏକ ସ୍କୁଟିରେ ଆସି ବ୍ରିଜ ଉପରେ ପହଞ୍ଚିଥିଲେ। ଏହାପରେ ଚପଲ ରଖି ୨ ଜଣ ନଦୀକୁ ଡେଇଁ ପଡ଼ିଥିଲେ।
ଖବର ପାଇ ଗୁଡଭେଲା ପୁଲିସ୍, ଅଗ୍ନିଶମ କର୍ମଚାରୀ ପହଞ୍ଚି ଉଦ୍ଧାର କାର୍ଯ୍ୟ ଚାଲୁ ରଖିଥିବା ବେଳେ ସେମାନଙ୍କ ପତ୍ତା ମିଳି ପାରିନାହିଁ।
ଅପରପକ୍ଷେ ଡେଇଁ ପଡ଼ିଥିବା ଯୁବତୀଙ୍କ ସମ୍ପର୍କୀୟ ସେଠାରେ ପହଞ୍ଚି ସେମାନେ ୨ ଭଉଣୀ ଓ ସେମାନଙ୍କ ଘର ଗୁଡ଼ଭେଲା ଅଞ୍ଚଳରେ ବୋଲି ସୂଚନା ଦେଇଛନ୍ତି।
ଉଭୟଙ୍କ ବୟସ ୨୦ରୁ ୨୫ ବର୍ଷ ମଧ୍ୟରେ ହେବ ବୋଲି ଜଣାପଡ଼ିଛି। ପୁଲିସ ଘଟଣା ସ୍ଥଳରେ ପହଁଞ୍ଚି ତଦନ୍ତ ଆରମ୍ଭ କରିଛି ।
Comments are closed.