ରାଜ୍ୟରେ ଆଉ ୧୫ ମୁଣ୍ଡ ନେଲା କରୋନା
ଭୁବନେଶ୍ବର: ରାଜ୍ୟରେ ଦିନକୁ ଦିନ କରୋନା ସ୍ଥିତି ବିଗିଡିବାରେ ଲାଗିଛି। ଗତ ୨୪ ଘଣ୍ଟା ମଧ୍ୟରେ ଆଉ ୧୫ ଜଣ କରୋନା ସଂକ୍ରମିତଙ୍କ ମୃତ୍ୟୁ ହୋଇଛି। ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୧୧୦୪କୁ ବୃଦ୍ଧି ପାଇଛି। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।
୧୫ ମୃତକଙ୍କ ମଧ୍ୟରୁ ଖୋର୍ଦ୍ଧା, କଟକ, ନବରଙ୍ଗପୁର ଏବଂ ସମ୍ବଲପୁର ଜିଲ୍ଲାରୁ ୨ ଜଣ ଲେଖାଏଁ, ଭଦ୍ରକ, ବରଗଡ଼, କେନ୍ଦ୍ରାପଡ଼ା, ଜଗତସିଂହପୁର, ଝାରସୁଗୁଡା, ପୁରୀ ଏବଂ ସୁନ୍ଦରଗଡ଼ ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି।
ସୂଚନାଯୋଗ୍ୟ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୨୬୪୧୪୯ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏଥିମଧ୍ୟରୁ ୨୪୪୫୭ଟି ଆକ୍ଟିଭ୍ କେସ୍ ରହିଥିବା ବେଳେ ୨୩୮୫୩୫ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ସେହିପରି ୧୧୦୪ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୫୩ ଜଣଙ୍କ ମୃତ୍ୟୁ ଅନ୍ୟ ରୋଗ ଯୋଗୁଁ ହୋଇଛି।
Comments are closed.