Odisha Link
Bridging the Missing Links in Odisha

ସାଂସଦ ପ୍ରସନ୍ନ ଆଚାର୍ଯ୍ୟଙ୍କୁ କରୋନା

ଭୁବନେଶ୍ୱର: ବିଜେଡି ନେତା ତଥା ରାଜ୍ୟସଭା ସାଂସଦ ପ୍ରସନ୍ନ ଆଚାର୍ଯ୍ୟଙ୍କୁ କରୋନା। ଏନେଇ ସେ ଟ୍ୱିଟ ଯୋଗେ ସୂଚନା ଦେଇଛନ୍ତି ସାଂସଦ। ସାଂସଦ ପ୍ରସନ୍ନ ଆଚାର୍ଯ୍ୟ ପଜିଟିଭ୍ ଚିହ୍ନଟ ହେବା ପରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ତାଙ୍କର ଶୀଘ୍ର ଆରୋଗ୍ୟ କାମନା କରିଛନ୍ତି।

ମୁଖ୍ୟମନ୍ତ୍ରୀ ଟ୍ୱିଟ୍ ଯୋଗେ କହିଛନ୍ତି ଯେ, ସାଂସଦ କରୋନା ପଜିଟିଭ୍ ଚିହ୍ନଟ ହୋଇଥିବା ଖବର ପାଇଛନ୍ତି। ଏହାସହ ତାଙ୍କର ଆଶୁ ଆରୋଗ୍ୟ ଏବଂ ଉତ୍ତମ ସ୍ୱାସ୍ଥ୍ୟ କାମନା କରିଛନ୍ତି ମୁଖ୍ୟମନ୍ତ୍ରୀ।

Comments are closed.