ରାଜଧାନୀରେ ପୁଣି ଚିହ୍ନଟ ହେଲେ ୨୩୩ ପଜିଟିଭ୍
![](https://www.odishalink.com/wp-content/uploads/2020/08/corona-1.jpg)
ଭୁବନେଶ୍ୱର: ରାଜଧାନୀ ଭୁବନେଶ୍ୱରରେ ଏବେ କରୋନା ସଂକ୍ରମଣ କମିବାରେ ଲାଗିଛି। ଆଜି ଭୁବନେଶ୍ୱରରୁ ୨୩୩ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତିି। ସେମାନଙ୍କ ମଧ୍ୟରୁ କ୍ୱାରେଣ୍ଟାଇନ ସେଣ୍ଟରରୁ ୫୧ ଓ ସ୍ଥାନୀୟ ଅଞ୍ଚଳରୁ ୧୮୨ ଜଣ ଚିହ୍ନଟ ହୋଇଛନ୍ତି। ଏହାସହ ଆଜି ୩୧୩ ଜଣ ସୁସ୍ଥ ମଧ୍ୟ ହୋଇଛନ୍ତି। ଭୁବନେଶ୍ୱରରେ କରୋନା ପଜିଟିଭଙ୍କ ସଂଖ୍ୟା ୨୭ ହଜାର ୨୨୮ କୁ ବୃଦ୍ଧି ପାଇଛି।
ବର୍ତ୍ତମାନୁ ସୁଦ୍ଧା ମୋଟ୍ ୨୭ ହଜାର ୨୨୮ ପଜିଟିଭ ମଧ୍ୟରୁ ୧୩୭ ଜଣଙ୍କର ମୃତ୍ୟୁ ଘଟିଛି। ଏହା ସହ ୨୪ ହଜାର ୧୪୩ ଜଣ ସୁସ୍ଥ ହୋଇ ଘରକୁ ଫେରିଥିବା ବେଳେ ୨୯୨୭ ଜଣ ଏବେ ବି ଚିକିତ୍ସାଧୀନ ଅବସ୍ଥାରେ ରହିଛନ୍ତି। ଏନେଇ ଭୁବନେଶ୍ୱର ମହାନଗର ନିଗମ ପକ୍ଷରୁ ସୂଚନା ଦିଆଯାଇଛି।
Comments are closed.