ରାଜଧାନୀରୁ ଆଉ ୨୨୯ କରୋନା ପଜିଟିଭ ଚିହ୍ନଟ
ଭୁବନେଶ୍ୱର: ରାଜଧାନୀରେ ଗତ ୧୫ ଦିନ ହେବ କରୋନା ପଜିଟିଭ ସଂକ୍ରମଣ କମିବାରେ ଲାଗିଛି। ଆଜି ଭୁବନେଶ୍ୱରରୁ ୨୨୯ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତିି। ସେମାନଙ୍କ ମଧ୍ୟରୁ କ୍ୱାରେଣ୍ଟାଇନ ସେଣ୍ଟରରୁ ୪୭ ଜଣ ଓ ସ୍ଥାନୀୟ ଅଞ୍ଚଳରୁ ୧୮୨ ଜଣ ଚିହ୍ନଟ ହୋଇଛନ୍ତି। ଏଥିସହ ଆଜି ୩୦୮ ଜଣ ସୁସ୍ଥ ମଧ୍ୟ ହୋଇଛନ୍ତି।
Update on newly detected #COVID19 cases in the last
24 hrs under the BMC area on 20th Oct 2020(till 9am). pic.twitter.com/BFGGKmCx7R— BMC (@bmcbbsr) October 20, 2020
ଭୁବନେଶ୍ୱରରେ କରୋନା ପଜିଟିଭଙ୍କ ସଂଖ୍ୟା ୨୭ ହଜାର ୬୭୦ କୁ ବୃଦ୍ଧି ପାଇଛି। ମୋଟ ୨୭ ହଜାର ୬୭୦ ପଜିଟିଭ ମଧ୍ୟରୁ ୧୪୨୭ ଜଣଙ୍କର ମୃତ୍ୟୁ ଘଟିଛି। ବର୍ତ୍ତମାନ ୨୪ ହଜାର ୭୮୫ ଜଣ ସୁସ୍ଥ ଓ ୨,୭୪୯ ଜଣ ଏବେବି ଚିକିତ୍ସାଧୀନ ଅବସ୍ଥାରେ ରହିଛନ୍ତି। ଏନେଇ ଭୁବନେଶ୍ୱର ମହାନଗର ନିଗମ ପକ୍ଷରୁ ସୂଚନା ଦିଆଯାଇଛି।
Comments are closed.