ରାଜ୍ୟବାସୀଙ୍କୁ ସମ୍ବୋଧନ କରିବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ଆଜି ରାଜ୍ୟବାସୀଙ୍କୁ ସମ୍ବୋଧନ କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ସେ ଅପରାହ୍ଣ ୪ଟା ସମୟରେ ରାଜ୍ୟବାସୀଙ୍କୁ ସମ୍ବୋଧନ କରିବେ ।
ଏନେଇ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ସୂଚନା ମିଳିଛି । ତେବେ ମୁଖ୍ୟମନ୍ତ୍ରୀ କେଉଁ ପ୍ରସଙ୍ଗରେ ରାଜ୍ୟବାସୀଙ୍କୁ ସମ୍ବୋଧନ କରିବେ ସେନେଇ ଚର୍ଚ୍ଚା ଆରମ୍ଭ ହୋଇଛି ।
ତେବେ ମୁଖ୍ୟମନ୍ତ୍ରୀ କରୋନା ଲଢେଇ ବିଷୟରେ ଆଲୋଚନା କରିପାରନ୍ତି ବୋଲି କୁହାଯାଉଛି । ସେହିପରି ଆଗକୁ ଉପନିର୍ବାଚନ ମଧ୍ୟ ଆସୁଛି ତେଣୁ ସେନେଇ କିଛି ବାର୍ତ୍ତା ରାଜ୍ୟବାସୀଙ୍କୁ ଦେଇପାରନ୍ତି ବୋଲି କିଛି ରାଜନୈତିକ ବିଶେଷଜ୍ଞ ମାନେ ମତ ଦେଇଛନ୍ତି ।
Comments are closed.