Odisha Link
Bridging the Missing Links in Odisha

ରାଜ୍ୟରେ କରୋନା: ୧୯୦୪ ସଂକ୍ରମିତ ଚିହ୍ନଟ

ଭୁବନେଶ୍ବର: ରାଜ୍ୟରେ ହୁ ହୁ ହୋଇ ବଢି ଚାଲିଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା। ଗତ ୨୪ ଘଣ୍ଟା ମଧ୍ୟରେ ୧୯୦୪ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା୨୭୨୨୫୦ରେ ପହଞ୍ଚିଛି। ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୧୧୫ଜଣ କ୍ବାରେଣ୍ଟାଇନ୍‌ରେ ରହିଥିବା ବେଳେ ୭୮୯ଜଣ ସ୍ଥାନୀୟ ବାସିନ୍ଦା ରହିଛନ୍ତି। ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ସୂଚନା ପ୍ରଦାନ ଦିଆଯାଇଛି।

ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ୧୦୯ଜଣ, ବାଲେଶ୍ୱର ଜିଲ୍ଲାରୁ୯୦ଜଣ, ବରଗଡ଼ ଜିଲ୍ଲାରୁ ୩୫ଜଣ, ଭଦ୍ରକ ଜିଲ୍ଲାରୁ ୧୯ଜଣ, ବଲାଙ୍ଗୀର ଜିଲ୍ଲାରୁ ୬୬ଜଣ, ବୌଦ୍ଧ ଜିଲ୍ଲାରୁ୨୪ଜଣ, କଟକ ଜିଲ୍ଲାରୁ ୧୧୧ଜଣ, ଦେଓଗଡ଼ ଜିଲ୍ଲାରୁ ୨୧ଜଣ, ଢେଙ୍କାନାଳ ଜିଲ୍ଲାରୁ ୫୦ଜଣ, ଗଜପତି ଜିଲ୍ଲାରୁ ୨ଜଣ, ଗଞ୍ଜାମ ଜିଲ୍ଲାରୁ ୪୫ଜଣ, ଜଗତସିଂହପୁର ଜିଲ୍ଲାରୁ ୭୩ଜଣ, ଯାଜପୁର ଜିଲ୍ଲାରୁ ୪୯ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୫୧ଜଣ, କଳାହାଣ୍ଡି ଜିଲ୍ଲାରୁ ୬୭ଜଣ, କନ୍ଧମାଳ ଜିଲ୍ଲାରୁ ୧୮ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୧୦୬ଜଣ, କେନ୍ଦୁଝର ଜିଲ୍ଲାରୁ ୫୬ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୨୨୧ଜଣ, କୋରାପୁଟ ଜିଲ୍ଲାରୁ ୩୬ଜଣ, ମାଲକାନଗିରି ଜିଲ୍ଲାରୁ ୩୦ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୯୩ଜଣ, ନବରଙ୍ଗପୁର ଜିଲ୍ଲାରୁ ୪୩ଜଣ, ନୟାଗଡ଼ ଜିଲ୍ଲାରୁ ୩୨ଜଣ, ନୂଆପଡା ଜିଲ୍ଲାରୁ୧୨୮ଜଣ, ପୁରୀ ଜିଲ୍ଲାରୁ୪୯ଜଣ, ରାୟଗଡ଼ା ଜିଲ୍ଲାରୁ ୧୭ଜଣ, ସମ୍ବଲପୁର ଜିଲ୍ଲାରୁ ୪୪ଜଣ, ସୋନପୁର ଜିଲ୍ଲାରୁ ୭୩ଜଣ, ସୁରନ୍ଦରଗଡ଼ ଜିଲ୍ଲାରୁ ୧୦୦ଜଣ, ଷ୍ଟେଟ୍‌ ପୁଲ୍‌ରୁ ୪୩ଜଣ ରହିଛନ୍ତି।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୨୭୨୨୫୦ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏଥିମଧ୍ୟରୁ ୨୧୪୫୪ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୨୪୯୫୭୫ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଏବେ ସୁଦ୍ଧା ରାଜ୍ୟରେ୪୧୧୭୦୯୦ଟି ସାମ୍ପୁଲ ଟେଷ୍ଟ୍ ହୋଇଛି।

Comments are closed.