ଅବପାତର ରୂପ ନେବ ଲଘୁଚାପ
ଭୁବନେଶ୍ଵର: କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ସୃଷ୍ଟି ହୋଇଥିବା ଲଘୁଚାପ ସକ୍ରିୟ ହୋଇଛି। ଏହା ସହିତ ଜଡ଼ିତ ଘୂର୍ଣ୍ଣିବଳୟ ସମୁଦ୍ର ପତନ ଠାରୁ ବାୟୁମଣ୍ଡଳରେ ୭.୬ କିଲୋମିଟର ଉଚ୍ଚତା ଯାଏଁ ବ୍ୟାପି ଯାଇଛି। ଏହି ଅଞ୍ଚଳରେ ସୃଷ୍ଟ ଲଘୁଚାପ ଆଗାମୀ ୨୪ ଘଣ୍ଟାରେ ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗର ଏବଂ ଅନ୍ଧ୍ର ଉପକୂଳରେ ଘନୀଭୂତ ହୋଇ ୱେଲମାର୍କ ଲୋ ପ୍ରେସରରେ ପରିଣତ ହେବ।
ଉତ୍ତର ଓ ଉତ୍ତର ପୂର୍ବ ଦିଗରେ ଗତି କରି ପରବର୍ତି ୨୪ ଘଣ୍ଟାରେ ଉତ୍ତର ପଶ୍ଚିମ ବଙ୍ଗୋପସାଗର ଏବଂ ଓଡିଶା ପଶ୍ଚିମବଙ୍ଗ ଉପକୂଳରେ ଘନୀଭୂତ ହୋଇ ଅବପାତର ରୂପ ନେବାର ସମ୍ଭାବନା ରହିଛି । ଏହାର ପ୍ରଭାବରେ ଉପକୂଳ ଏବଂ ଦକ୍ଷିଣ ଓଡ଼ିଶାରେ କିଛି ଜିଲ୍ଲାରେ ବର୍ଷା ଜାରି ରହିଥିବା ସୂଚନା ମିଳିଛି।
Comments are closed.