Odisha Link
Bridging the Missing Links in Odisha

ବର୍ଷ ଶେଷ ପୂର୍ବରୁ ଅଧିବେଶନ

ଭୁବନେଶ୍ବର: ଚଳିତ ବର୍ଷ ଡିସେମ୍ବର ୩୧ ପୂର୍ବରୁ ବସିବ ବିଧାନସଭା ଶୀତକାଳୀନ ଅଧିବେଶନ। ଏନେଇ ବିଧାନସଭା ବିଧି ଅନୁସାରେ ୬୦ ଦିନ ଗୃହ କାର୍ଯ୍ୟ ଚାଲିବା ବ୍ୟବସ୍ଥା ରହିଛି। ତୃତୀୟ ଓ ଚତୁର୍ଥ ଅଧିବେଶନରେ ମୋଟ ୨୦ ଦିନ ଗୃହ କାର୍ଯ୍ୟ ଚାଲିଛି। ଡିସେମ୍ବର ପୂର୍ବରୁ ଆଉ ୪୦ ଦିନ ଗୃହ କାର୍ଯ୍ୟ ବସିବାକୁ ବାକି ରହିଛି।

କେବେ ଅଧିବେଶନ ବସିବ ସେନେଇ ରାଜ୍ୟପାଳଙ୍କ ନିଷ୍ପତ୍ତିକୁ ଅପେକ୍ଷା କରିଛି। ରାଜ୍ୟପାଳଙ୍କ ନିଷ୍ପତ୍ତି ପରେ ୪୦ ଦିନର କ୍ୟାଲେଣ୍ଡର ପ୍ରସ୍ତୁତ କରାଯିବ। ଶୀତ ଅଧିବେଶନ ନେଇ ବାଚସ୍ପତି ସୂର୍ଯ୍ୟ ନାରାୟଣ ପାତ୍ର ସୂଚନା ଦେଇଛନ୍ତି।

Comments are closed.