ରାଜଧାନୀରୁ ଆଉ ୭୫ କରୋନା ଆକ୍ରାନ୍ତ ଚିହ୍ନଟ
ଭୁବନେଶ୍ୱର: ରାଜଧାନୀରେ କିଛି ଦିନ ହେବ କରୋନା ସଂକ୍ରମଣ ହାର କମିବାରେ ଲାଗିଛି। ଆଜି ଭୁବନେଶ୍ୱରରୁ ଆଉ ୭୫ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ସଂକ୍ରମିତଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରେ ୧୪ ଜଣ ରହିଥିବା ବେଳେ ୬୧ ଜଣ ହେଉଛନ୍ତି ସ୍ଥାନୀୟ ସଂକ୍ରମିତ। ଏଥିସହ ରାଜଧାନୀରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୨୯୪୫୪ରେ ପହଞ୍ଚିଛି ଥିବା ବେଳେ ୧୪୨ ଜଣ ଆରୋଗ୍ୟ ଲାଭ କରିଛନ୍ତି। ଏନେଇ ଭୁବନେଶ୍ୱର ମହାନଗର ନିଗମ ପକ୍ଷରୁ ସୂଚନା ମିଳିଛି।
Update on newly detected #COVID19 cases in the last
24 hrs under the BMC area on 4th Nov (till 9am) pic.twitter.com/GaeegAuVkn— BMC (@bmcbbsr) November 4, 2020
ସୂଚନାଯୋଗ୍ୟ ଯେ, ରାଜଧାନୀରେ ବର୍ତ୍ତମାନ ୯୮୧ଟି ଆକ୍ଟିଭ୍ କେସ୍ ରହିଥିବା ବେଳେ ୨୮୨୮୦ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ୧୭୨ ଜଣଙ୍କର କରୋନାରେ ମୃତ୍ୟୁ ହୋଇଛି। ଏନେଇ ଭୁବନେଶ୍ୱର ମହାନଗର ନିଗମ ପକ୍ଷରୁ ସୂଚନା ଦିଆଯାଇଛି।
Comments are closed.