ରାଜ୍ୟରେ ଆଉ ୧୬ ମୁଣ୍ଡ ନେଲା କରୋନା
ଭୁବନେଶ୍ବର: ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମିବାରେ ଲାଗିଥିଲେ ମଧ୍ୟ ମୃତକଙ୍କ ସଂଖ୍ୟା ବଢିବାରେ ଲାଗିଛି। ଗତ ୨୪ ଘଣ୍ଟା ମଧ୍ୟରେ ୧୨୧୯ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୧୬ ଜଣଙ୍କର ମୃତ୍ୟୁ ହୋଇଛି। ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୧୪୪୧କୁ ବୃଦ୍ଧି ପାଇଛି। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ଦିଆଯାଇଛି।
୧୬ ମୃତକଙ୍କ ମଧ୍ୟରୁ ଖୋର୍ଦ୍ଧା, କେନ୍ଦୁଝର ଜିଲ୍ଲାରୁ ୩ ଜଣ ଲେଖାଏଁ, ସମ୍ବଲପୁରରୁ ୨ ଜଣ ଲେଖାଏଁ, ବାଲେଶ୍ବର, ବରଗଡ, ବୌଦ୍ଧ, କଟକ, ଯାଜପୁର, ମୟୁରଭଞ୍ଜ, ନୟାଗଡ ଏବଂ ସୁନ୍ଦରଗଡ ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି।
ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୩୦୨୭୯୩ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏଥିମଧ୍ୟରୁ ୧୩୧୩୧ଟି ଆକ୍ଟିଭ୍ କେସ୍ ରହିଥିବା ବେଳେ ୨୮୮୧୬୮ଜଣ ସୁସ୍ଥ ହୋଇଛନ୍ତି। ଏବେ ସୁଦ୍ଧା ରାଜ୍ୟରେ ୪୯୮୪୫୫୦ଟି ସାମ୍ପୁଲ ଟେଷ୍ଟ୍ ହୋଇଛି।
Comments are closed.