ଉପନିର୍ବାଚନରେ ଲୋକଙ୍କୁ ବିଜୟର ଶ୍ରେୟ ଦେଇ ନବୀନ କହିଲେ…
ଭୁବନେଶ୍ୱର: ବାଲେଶ୍ୱର ସଦର ଓ ତିର୍ତ୍ତୋଲରେ ବାଜିମାତ କରିଛି ଶାସକ ବିଜେଡି।ଉପନିର୍ବାଚନରେ ବିଜୟ ହାସଲ କରିଥିବା ବିଜେଡି ପ୍ରାର୍ଥୀ ସ୍ବରୂପ ଦାସ ଓ ବିଜୟ ଶଙ୍କର ଦାସଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ।
ବାଲେଶ୍ୱର ସଦର ଓ ତିର୍ତ୍ତୋଲ ବିଧାନସଭା ଉପନିର୍ବାଚନରେ ବିଜୟ ହାସଲ କରିଥିବା @bjd_Odisha ର ପ୍ରାର୍ଥୀଙ୍କୁ ଶୁଭେଚ୍ଛା। ଏହି ବିଜୟ ଆପଣମାନଙ୍କ ଭଲ ପାଇବା ଓ ଅକୁଣ୍ଠ ସମର୍ଥନର ପ୍ରତିଫଳନ। ଲୋକଙ୍କ ପାଖରେ ପହଞ୍ଚି ସେମାନଙ୍କ ହୃଦୟ ଜିଣିଥିବାରୁ ବିଜୁ ଜନତା ଦଳର ସମସ୍ତ କର୍ମୀଙ୍କୁ ସାଧୁବାଦ। pic.twitter.com/Rd6jumXVx1
— Naveen Patnaik (@Naveen_Odisha) November 10, 2020
ଉପନିର୍ବାଚନରେ ବିଜୟ ହାସଲ ନେଇ ନବୀନ ପଟ୍ଟନାୟ କହିଛନ୍ତି ଯେ, ‘ଏହି ବିଜୟ ଆପଣମାନଙ୍କ ଭଲ ପାଇବା ଓ ଅକୁଣ୍ଠ ସମର୍ଥନର ପ୍ରତିଫଳନ। ଲୋକଙ୍କ ପାଖରେ ପହଞ୍ଚି ସେମାନଙ୍କ ହୃଦୟ ଜିଣିଥିବାରୁ ସବୁ କର୍ମୀଙ୍କୁ ସାଧୁବାଦ।’
କୋରୋନା କାଳରେ ମତଦାନ କରି ବିଜେଡିକୁ ଆଶୀର୍ବାଦ କରିଥିବା ବାଲେଶ୍ୱର ସଦର ଓ ତିର୍ତ୍ତୋଲବାସୀ ବିଶେଷ କରି ମହିଳାଙ୍କୁ କୃତଜ୍ଞତା ଜଣାଇଛନ୍ତି ନବୀନ। ଏ ବିଜୟ ଆପଣମାନଙ୍କର ବିଜୟ, ଆପଣମାନଙ୍କ ଉନ୍ନତି ଓ କଲ୍ୟାଣ ପାଇଁ ବିଜୁ ଜନତା ଦଳ ସର୍ବଦା ସଂକଳ୍ପବଦ୍ଧ ବୋଲି ନବୀନ ପଟ୍ଟନାୟକ କହିଛନ୍ତି।
ବାଲେଶ୍ୱରରେ ବିଜେଡି ପ୍ରାର୍ଥୀ ସ୍ବରୂପ ଦାସ ୧୩ ହଜାର ୩୯୫ ଭୋଟରେ ବିଜୟୀ ହୋଇଥିବା ବେଳେ ତିର୍ତ୍ତୋଲରେ ବିଜେଡି ପ୍ରାର୍ଥୀ ବିଜୟ ଶଙ୍କର ଦାସ ୩୮ ହଜାରରୁ ଅଧିକ ଭୋଟରେ ବିଜୟୀ ହୋଇଛନ୍ତି।
Comments are closed.