ରାଜ୍ୟରେ ପ୍ରତିଷ୍ଠା ହେବ ୪ଟି ବାଣିଜ୍ୟିକ କୋର୍ଟ

ଭୁବନେଶ୍ୱର: ରାଜ୍ୟରେ ୪ ଗୋଟି ବାଣିଜ୍ୟିକ କୋର୍ଟ ପ୍ରତିଷ୍ଠା କରାଯିବ। ବାଣିଜ୍ୟିକ ମାମଲାଗୁଡିକର ବିଚାର ନିମନ୍ତେ ଏ ଭଳି କୋର୍ଟ ପ୍ରତିଷ୍ଠା କରାଯାଉଛି। ଓଡିଶା ସିଭିଲକୋର୍ଟ ଅଧିନିୟମ ୧୯୮୪ର ଧାରା ୩ ଏବଂ ଧାରା ୯ ର ଉପଧାରା (୧)ର କ୍ଷମତାର ପ୍ରୟୋଗ କରାଯାଇଛି।
ଧାରା ୧୦ ଓ ବାଣିଜ୍ୟିକ କୋର୍ଟ ଅଧିନିୟମ ୨୦୧୫ ର ଧାରା ୩ ର ପଠନ ସହିତ ଏବଂ ବିଧା ବିଭାଗର ଅଧିସୂଚନା ସଂଖ୍ୟା ୧୨୬୪୦, ବିଧି ତା ୨୬.୧୦.୨୦୧୭ର ଅଧିକ୍ରମଣରେ ରାଜ୍ୟ ସରକାର ମାନ୍ୟବର ଉଚ୍ଚ ନ୍ୟାୟାଳୟଙ୍କ ସୁପାରିସ ଏବଂ ପରାମର୍ଶ ଦିଆଯାଇଛି।
କଟକ ସଦର , ଭୁବନେଶ୍ୱର, ବ୍ରହ୍ମପୁରରେ ଓ ସମ୍ବଲପୁର ଠାରେ ୪ ଗୋଟି ସିଭିଲ ଜଜ୍ ( ସିନିୟର ଡିଭିଜନ ) କୋର୍ଟ ପ୍ରତିଷ୍ଠା କରିବା ନିମନ୍ତେ ନିଷ୍ପତି ନେଇଛନ୍ତି ବୋଲି ଆଇନ ମନ୍ତ୍ରୀ ପ୍ରତାପ ଜେନା ସୂଚନା ଦେଇଛନ୍ତି। ଏହା ବର୍ତମାନ ବିଦ୍ୟମାନ ଥିବା ସେହି କୋର୍ଟ ଗୁଡ଼ିକ ସହିତ ପ୍ରତିଷ୍ଠିତ ହେବ।
ଏହି ବାଣିଜ୍ୟିକ କୋର୍ଟ ଗୁଡ଼ିକର ସ୍ଥାନୀୟ ସୀମା ଯଥାକ୍ରମେ କଟକ , ଅନୁଗୋଳ, ଢେଙ୍କାନାଳ, ଜାଜପୁର ଏବଂ ଖୋର୍ଦ୍ଧା ଓ ଗଞ୍ଜାମ, କନ୍ଧମାଳ, ବୌଦ୍ଧ ଏବଂ ଗଜପତି ଜଜ୍ ସିପ୍ ଗୁଡ଼ିକର ଅଧିକାରିତାରେ ସୀମିତ ରହିବ ବୋଲି ମନ୍ତ୍ରୀ ଶ୍ରୀ ଜେନା ପ୍ରକାଶ କରିଛନ୍ତି। ଏନେଇ ବିଧି ବିଭାଗ ତରଫରୁ ବିଜ୍ଞପ୍ତି ପ୍ରକାଶ ପାଇଛି।
Comments are closed.